Posted inଖେଳ

କୋହଲିଙ୍କ ଟେକ ରଖିଲେ ଏହି କ୍ରିକେଟର୍‌

ଶାରଜା,୬।୧୦: ଅକ୍ଟୋବର ୧୭ରୁ ଟି-୨୦ ବିଶ୍ୱକପ ୨୦୨୧ ଆରମ୍ଭ ହେବାକୁ ଯାଉଛି। ଚଳିତ ବର୍ଷ ଟି -୨୦ ବିଶ୍ୱକପ ଜିତିବା ପାଇଁ ଭାରତ ଏକ ଶକ୍ତିଶାଳୀ ପ୍ରତିଦ୍ୱନ୍ଦ୍ୱୀ ବୋଲି ବିବେଚନା କରାଯାଏ। ଟି -୨୦ ବିଶ୍ୱକପ ୨୦୨୧ ପାଇଁ ଚୟନକର୍ତ୍ତାମାନେ ୨୩ ବର୍ଷୀୟ ଯୁବ ବ୍ୟାଟ୍ସମ୍ୟାନ ଇଶାନ କିଶାନଙ୍କୁ ଶିଖର ଧାୱନଙ୍କ ସ୍ଥାନରେ ରଖିବା ଅଧିକ ଉପଯୁକ୍ତ ବୋଲି ଭାବିଥିଲେ, କିନ୍ତୁ ଏବେ ଆଇପିଏଲରେ ଇଶାନଙ୍କ ପ୍ରଦର୍ଶନ ଅତ୍ୟନ୍ତ ଖରାପ ଥିଲା। ତେବେ ମଙ୍ଗଳବାର ରାଜସ୍ଥାନ ରୟାଲ୍ସ ବିପକ୍ଷ ଆଇପିଏଲର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ କିଶନ ୨୫ ବଲରେ ୫୦ ରନ ସଂଗ୍ରହ କରିଛନ୍ତି।
ଭାରତ ଏକ ସନ୍ତୁଳିତ ଦଳ। ଶିଖର ଯେଉଁ ଫର୍ମରେ ଥିଲେ ମଧ୍ୟ ଇଶାନ କିଶନ ଟି -୨୦ ବିଶ୍ୱକପ ଦଳରେ ମନୋନୀତ ହୋଇଥିଲେ। ଏହି ମ୍ୟାଚ ପୂର୍ବରୁ ଇଶାନ କିଶାନ କ୍ରମାଗତ ଭାବରେ ଫ୍ଲପ ହେଥିଲେ ଏବଂ ଭଲ ପ୍ରଦର୍ଶନ କରିବାକୁ ତାଙ୍କ ଉପରେ ଚାପ ରହିଥିଲା। ରାଜସ୍ଥାନ ରୟାଲ୍ସ ବିପକ୍ଷ ଆଇପିଏଲର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ କିଶନ ୨୫ ବଲରୁ ଅପରାଜିତ ୫୦ ରନ କରିଥିଲେ। ମ୍ୟାଚ୍‌ ପରେ ଇଶାନ କହିଛନ୍ତି ଯେ, ବିରାଟ କୋହଲିଙ୍କ ସହ କଥା ହେବା ପରେ ତାଙ୍କର ଆତ୍ମବିଶ୍ୱାସ ଫେରି ଆସିଛି। ଏହି ମ୍ୟାଚ ପୂର୍ବରୁ ଆଠଟି ମ୍ୟାଚରେ ସେ ମାତ୍ର ୧୦୭ ରନ ସ୍କୋର କରିଥିବା ଇଶାନ ଖରାପ ଫର୍ମ କାରଣରୁ କିଛି ମ୍ୟାଚରୁ ବାଦ ପଡିଥିଲେ। ସେ ଦୃଢ ପ୍ରତ୍ୟାବର୍ତ୍ତନ କରି ନିଜ ଇନିଂସରେ ଦଶ ଡଟ ବଲ ଖେଳିବା ପରେ ୨୫ ବଲରେ ଅପରାଜିତ ଅର୍ଦ୍ଧଶତକ ହାସଲ କରିଥିଲେ।
ମ୍ୟାଚ ପରେ ଇଶାନ କିଶନ କହିଛନ୍ତି, ଫର୍ମକୁ ଫେରି ସ୍କୋର କରିବା ଭଲ ଲାଗେ। ପ୍ରଥମେ ଫିଲ୍ଡିଂ କରିବାର ସଠିକ ନିଷ୍ପତ୍ତି ନେଇଥିଲୁ, କାରଣ ବଲ ବ୍ୟାଟ ଉପରେ ଭଲ ଆସୁ ନ ଥିଲା। ମୁଁ ବିରାଟ ଭୋଇ, ହାର୍ଦ୍ଦିକ ଭାଇ ଏବଂ କେପିଙ୍କ ସହ କଥା ହେଲି ଯାହା ମୋର ଆତ୍ମବିଶ୍ୱାସ ଫେରାଇ ଆଣିଲା। ପରବର୍ତ୍ତୀ ମ୍ୟାଚରେ ଆମକୁ ଏହି ଗତି ବଜାୟ ରଖିବାକୁ ପଡିବ ବୋଳି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri