Posted inଖେଳ

ଆଇପିଏଲ୍‌ରେ ସବୁଠୁ ରୋମାଞ୍ଚକ ମ୍ୟାଚ୍‌ କେଉଁ ଦଳଗୁଡିକ ମଧ୍ୟରେ ହୋଇଥାଏ ଜାଣନ୍ତି

ଆଇପିଏଲ ଆରମ୍ଭ ହେବାକୁ ଆଉ କିଛି ଦିନ ବାକି ଅଛି। ସମସ୍ତ କ୍ରିକେଟ ପ୍ରଶଂସକମାନେ ଉତ୍ସାହର ସହିତ ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜିନକୁ ଅପେକ୍ଷା କରିଛନ୍ତ। ଦୁନିଆର ସବୁଠାରୁ ପ୍ରସିଦ୍ଧ ଏହି ଲିଗ୍‌ ଚଳିତବର୍ଷ ଏପ୍ରିଲ ୯ରୁ ଆରମ୍ଭ ହେବ। ଏହି କ୍ରିକେଟ ଲିଗରେ ସବୁବେଳେ ରୋମାଞ୍ଚକର ମ୍ୟାଚ ଥାଏ। ଆଇପିଏଲ୍‌ର ସବୁଠୁ ରୋମାଞ୍ଚକ ମ୍ୟାଚ୍‌ କେଉଁ କେଉଁ ଦଳ ମଧ୍ୟରେ ହୋଇଥାଏ।

ମୁମ୍ବାଇ ଇଣ୍ଡିଆନ୍ସ ବନାମ ଚେନ୍ନାଇ ସୁପର କିଙ୍ଗ
ଆଇପିଏଲର ସବୁଠାରୁ ବଡ଼ ପ୍ରତିଦ୍ୱନ୍ଦ୍ୱୀ ହେଉଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସର ଦଳ। ଏହି ଦୁଇ ଦଳ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସବୁବେଳେ ରୋମାଞ୍ଚକର ଅଟେ। ମୁମ୍ବାଇ ଇଣ୍ଡିଆନ୍ସ ହେଉଛି ଆଇପିଏଲର ସବୁଠାରୁ ସଫଳ ଦଳ। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଏହି ଦଳ ପାଇଁ ଏପର୍ଯ୍ୟନ୍ତ ପାଞ୍ଚ ଥର ଟାଇଟଲ ଜିତିଛନ୍ତି। ଏମଏସ ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସର ଦଳ ମଧ୍ୟ କାହାଠାରୁ କମ ନୁହେଁ। ୨୦୨୦ ବର୍ଷ ବ୍ୟତୀତ ପ୍ରତ୍ୟେକ ଥର ଆଇପିଏଲ ପ୍ଲେ ଅଫ କରିବାରେ ସିଏସ୍‌କେର ଦଳ ସଫଳ ହୋଇଛି । ଚେନ୍ନାଇ ଦଳ ଆଇପିଏଲର ସବୁଠାରୁ ସ୍ଥିର ଦଳ ବୋଲି ବିବେଚନା କରାଯାଏ।

ଚେନ୍ନାଇ ସୁପର କିଙ୍ଗସ ବନାମ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ
ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଆଇପିଏଲରେ ଦକ୍ଷିଣ ଭାରତର ଦୁଇଟି ଜବରଦସ୍ତ ଦଳ। ଯେତେବେଳେ ଦୁଇ ଦଳ ଆଇପିଏଲରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତି, ଉଭୟ ଦଳ ଗୋଟିଏ ଲେଖାଏ ରନ ପାଇଁ ସଂଘର୍ଷ କରନ୍ତି । ଅନ୍ୟପକ୍ଷରେ ଏମଏସ ଧୋନୀ ଏବଂ ବିରାଟ କୋହଲି ଦୁଇଜଣ ଅଧିନାୟକ, ଯାହାଙ୍କର କୋଟି କୋଟି ସମର୍ଥକ ଅଛନ୍ତି। ଦୁଇ ଦଳ ମଧ୍ୟରେ ଖେଳାଯାଇଥିବା ଆଇପିଏଲ ମ୍ୟାଚରେ ସିଏସ୍‌କେ ଆରସିବି ଅପେକ୍ଷା ଅଧିକ ମ୍ୟାଚ ଜିତିଛି। ଆଗାମୀ ଆଇପିଏଲ ୨୦୨୧ରେ, ଏହି ଦୁଇ ଦଳ ମଧ୍ୟରେ ପୁଣି ଥରେ କଡ଼ା ସଂଘର୍ଷ ହେବ।

କୋଲକାତା ନାଇଟ ରାଇଡର୍ସ ବନାମ ମୁମ୍ବାଇ ଇଣ୍ଡିଆନ୍ସ
କୋଲକାତା ନାଇଟ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ଅନେକ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଅଛନ୍ତି। କୋଲକାତା ନାଇଟ ରାଇଡର୍ସ ରସେଲ ଥିବାବେଳେ ମୁମ୍ବାଇ ଇଣ୍ଡିଆନ୍ସରେ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କିରନ ପୋଲାର୍ଡ ଅଛନ୍ତି।

ରୟାଲ ଚ୍ୟାଲେଞ୍ଜର୍ସ ବନାମ କୋଲକାତା ନାଇଟ ରାଇଡର୍ସ
ଆଇପିଏଲରେ କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ସବୁବେଳେ ଯୁଦ୍ଧ ଚାଲେ। ଆଇପିଏଲରେ କେକେଆର୍‌ ତୃତୀୟ ସଫଳ ଦଳ ହୋଇଥିବାବେଳେ ଆରସିବି ପ୍ରଥମ ଟ୍ରଫିକୁ ଅପେକ୍ଷା କରିଛି।

ମୁମ୍ବାଇ ଇଣ୍ଡିଆନ୍ସ ବନାମ ଦିଲ୍ଲୀ କ୍ୟାପିଟାଲ୍ସ
ଆଇପିଏଲ ସମୟରେ ଦିଲ୍ଲୀ ଏବଂ ମୁମ୍ବାଇର ଦଳ ମଧ୍ୟରେ କଡା ପ୍ରତିଯୋଗିତା ଚାଲିଛି। ୨୦୨୦ରେ ମୁମ୍ବାଇ ଇଣ୍ଡିଆନ୍ସ ଦିଲ୍ଲୀ କ୍ୟାପିଟାଲକୁ ପରାସ୍ତ କରି ପଞ୍ଚମ ଥର ପାଇଁ ଟାଇଟଲ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri