Posted inଖେଳ

ହାଇଦ୍ରାବାଦ୍‌କୁ ଲାଗିଲା ଝଟ୍‌କା: ଟୁର୍ନାମେଣ୍ଟରୁ ବାଦ୍‌ ପଡିଲେ ଏହି କ୍ରିକେଟର୍‌‌

ନୂଆଦିଲ୍ଲୀ,୨୩।୪: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ରେ ସମସ୍ତ ଦଳ ଏପର୍ଯ୍ୟନ୍ତ ୩ କିମ୍ବା ୪ଟି ମ୍ୟାଚ ଖେଳିଛନ୍ତି। ଏହି ସମୟରେ, ବାୟୋ ବବୁଲ ଭୟ ହେତୁ କିଛି ଖେଳାଳି ଟୁର୍ନାମେଣ୍ଟ ଛାଡୁଛନ୍ତି ଏବଂ କିଛି ଖେଳାଳି ଆହତ ହୋଇଛନ୍ତି। ଏହି ପର୍ଯ୍ୟାୟରେ, ଆଇପିଏଲର ୧୪ତମ ସିଜିନରୁ ଆହତ କାରଣରୁ ସନରାଇଜର୍ସ ହାଇଦ୍ରାବାଦର ଷ୍ଟାର ବୋଲର ଟି ନଟରାଜନଙ୍କୁ ମଧ୍ୟ ବାଦ ଦିଆଯାଇଛି। ବାମହାତୀ ଦ୍ରୁତ ବୋଲର ଅଷ୍ଟ୍ରେଲିଆ ଗସ୍ତ ସମୟରେ ଆଣ୍ଠୁରେ ଆଘାତ ପାଇଥିଲେ। କିନ୍ତୁ ସୁସ୍ଥ ହୋଇ ଆଇପିଏଲ୍‌ ଖେଳୁଥିଲେ। ତାଙ୍କ ଆଘାତ ପୁଣି ଥରେ ବାହାରିଛି। ତେବେ ଫ୍ରାଞ୍ଚାଇଜ ଏପର୍ଯ୍ୟନ୍ତ ତାଙ୍କ ବଦଳ ସମ୍ପର୍କରେ କୌଣସି ନିଷ୍ପତ୍ତି ନେଇ ନାହିଁ।
ନଟରାଜନ ବର୍ତ୍ତମାନ ପର୍ଯ୍ୟନ୍ତ ଆଇପିଏଲ ୨୦୨୧ରେ କେବଳ ଦୁଇଟି ମ୍ୟାଚ ଖେଳିଛନ୍ତି। ସେବେଠାରୁ ସେ ତାଙ୍କ ଆଘାତ ସହ ସଂଘର୍ଷ କରିଆସୁଥିଲେ। କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷ ମ୍ୟାଚ୍‌ରେ ନଟରାଜନ ଖେଳିଥିଲେ, କିନ୍ତୁ ଏହା ପରେ ଦୁଇଟି ମ୍ୟାଚ୍‌ରେ ତାଙ୍କ ସ୍ଥାନରେ ଖଲିଲ ଅହମ୍ମଦ ସନରାଇଜର୍ସ ହାଇଦ୍ରାବାଦର ଏକାଦଶ ଖେଳିବାରେ ସ୍ଥାନ ପାଇଥିଲେ। ଗୁରୁବାର ସିଜିନର ପ୍ରଥମ ବିଜୟ ପରେ ସନରାଇଜର୍ସ ଅଧିନାୟକ ଡେଭିଡ ୱାର୍ନର କହିଛନ୍ତି ଯେ ନଟରାଜଙ୍କ ଆଣ୍ଠୁରେ ସମସ୍ୟା ରହିଛି, ତାଙ୍କର ସ୍କାନ କରାଯିବ। କିନ୍ତୁ ଏଥିପାଇଁ ତାଙ୍କୁ ବାୟୋ ବବୁଲ ଏବଂ ତା’ପରେ ୭ ଦିନିଆ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri