Posted inଖେଳ

ଅରେଞ୍ଜ, ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି କେଉଁ ଖେଳାଳି: ଜାଣନ୍ତୁ

ୟୁଏଇ,୨୦।୯: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ ୨୦୨୧)ର ୧୪ ତମ ସିଜନ ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଧୋନୀଙ୍କ ସିଏସକେ ମୁମ୍ବାଇକୁ ୨୦ ରନରେ ପରାସ୍ତ କରିଛି। ଓପନର ଋତୁରାଜ ଗାଇକ୍ୱାଡଙ୍କ ଅପରାଜିତ ଅର୍ଦ୍ଧଶତକ ପରେ ଡ୍ବେନ ବ୍ରାଭୋ ଏବଂ ଦୀପକ ଚହର ଚମତ୍କାର ବୋଲିଂ ଆଧାରରେ ଚେନ୍ନାଇ ସୁପର କିଙ୍ଗସ ଏହି ମ୍ୟାଚ୍‌ ଜିତି ପଏଣ୍ଟ ଟେବୁଲ (ଆଇପିଏଲ ୨୦୨୧ ପଏଣ୍ଟ ଟେବୁଲ)ର ଶୀର୍ଷରେ ପହଞ୍ଚିଛି। ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିବା ସହିତ ସିଏସକେର ଋତୁରାଜ ଗାଇକ୍ୱାଡ ଏବଂ ଦୀପକ ଚହର ଯଥାକ୍ରମେ ଅରେଞ୍ଜ୍‌ କ୍ୟାପ ଏବଂ ପର୍ପଲ କ୍ୟାପ ଦୌଡ଼ରେ ଶ୍ରେଷ୍ଠ ୫ ତାଲିକାରେ ପ୍ରବେଶ କରିଛନ୍ତି।
ତାଙ୍କର ଉଜ୍ଜ୍ୱଳ ଇନିଂସ ଆଧାରରେ ବର୍ତ୍ତମାନ ଋତୁରାଜ ଗାଇକ୍ୱାଡ ଆଇପିଏଲ ୧୪ରେ ୮ ଟି ମ୍ୟାଚରେ ୨୮୪ ରନ ସହ ପଞ୍ଚମ ସ୍ଥାନରେ ରହିଛନ୍ତି। ଏଥି ସହିତ ଦିଲ୍ଲୀ କ୍ୟାପିଟାଲ୍ସର ଶିଖର ଧାୱନ ୮ଟି ମ୍ୟାଚରେ ୩୮୦ରନ ସହ ତାଲିକାର ଶୀର୍ଷରେ ଅଛନ୍ତି। ପଞ୍ଜାବ କିଙ୍ଗ୍ସର ଅଧିନାୟକ କେ.ଏଲ ରାହୁଲ ୭ଟି ମ୍ୟାଚରେ ୩୩୧ ରନ ସହ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସିଏସ୍‌କେର ଫାଫ ଡୁ ପ୍ଲେସିସ ୮ଟି ମ୍ୟାଚ ରେ ୩୨୦ ରନ ସହ ତୃତୀୟ ସ୍ଥାନରେ ଅଛନ୍ତି । ଦିଲ୍ଲୀ କ୍ୟାପିଟାଲର ପୃଥ୍ବୀ ଶ’ ଚତୁର୍ଥ ସ୍ଥାନରେ ଅଛନ୍ତି। ସେ ୮ ଟି ମ୍ୟାଚରେ ୩୦୮ ରନ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri