Posted inଖେଳ

ପ୍ରଥମ ଓଭରରେ୍‌ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶ’

ଅହମଦାବାଦ,୩୦।୪: ଆଇପିଏଲ ୨୦୨୧ ରେ ୨୧ ବର୍ଷ ବୟସ୍କ ଯୁବ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ ନିଜ ଚମତ୍କାର ପ୍ରଦର୍ଶନ ଜାରି ରଖିଛନ୍ତି। ସେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବାବେଳେ କେକେଆର ବିପକ୍ଷରେ ୧୮ଟି ବଲରେ ଅର୍ଦ୍ଧଶତକ ଖେଳିଥିଲେ। ଏହା ହେଉଛି ସିଜିନର ଦ୍ରୁତତମ ଅର୍ଦ୍ଧଶତକ। ଦିଲ୍ଲୀର ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିବାରେ ସେ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଚଳିତ ସିଜନରେ ଦିଲ୍ଲୀ ଦଳ ଭଲ ଆରମ୍ଭ କରିଛି।
ଦିଲ୍ଲୀର ଇନିଂସର ପ୍ରଥମ ଓଭରରେ ଶିବମ ମାଭିଙ୍କ ୬ଟି ବଲରୁ ଲଗାତାର ୬ଟି ଚୌକା ମାରିଥିଲେ ପୃଥ୍ବୀ ଶ’। ଆଇପିଏଲ ଇତିହାସରେ ପ୍ରଥମ ଓଭରରେ ଏମିତି କାରନାମା କରିବାରେ ସେ ପ୍ରଥମ ଖେଳାଳି ହୋଇଥିଲେ। ଏହାପୂର୍ବରୁ, ୨୦୧୨ ରାଜସ୍ଥାନ ରୟାଲ୍ସରୁ ଖେଳୁଥିବାବେଳେ ଅଜିଙ୍କେ ରାହାଣେ ଏକ ଓଭରରେ ୬ଟି ଚୌକା ମାରିଥିଲେ। ସେ ଏହାକୁ ଆରସିବି ବିପକ୍ଷରେ କରିଥିଲେ ଏବଂ ଏହା ଇନିଂସର ୧୪ତମ ଓଭର ଥିଲା। ବୋଲର ଥିଲେ ଶ୍ରୀସନ୍ତ ଅରବିନ୍ଦ। ସେହି ମ୍ୟାଚରେ ରାହାନେ ମଧ୍ୟ ଅପରାଜିତ ଶତକ ହାସଲ କରିଥିଲେ। ଏହା ବ୍ୟତୀତ, ୨୦୧୩ରେ ଲୁକ ରାଇଟ ମଧ୍ୟ ଏକ ଓଭରରେ ୬ଟି ଚୌକା ମାରିଥିଲେ।
ଆଇପିଏଲର ଦ୍ରୁତତମ ଅର୍ଦ୍ଧଶତକର ରେକର୍ଡ ପଞ୍ଜାବ କିଙ୍ଗ୍ସ ପାଇଁ ଖେଳୁଥିବା କେ.ଏଲ ରାହୁଲଙ୍କ ନାମରେ ଅଛି। ସେ ୨୦୧୮ରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଏହି ରେକର୍ଡ ସୃଷ୍ଟି କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?