Posted inଖେଳ

ମାତ୍ର ୨୦ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ ହାସଲ କଲେ ଏହି କ୍ରିକେଟର୍‌: ଭାଙ୍ଗିଲେ ଅନେକ ରେକର୍ଡ

ମୁମ୍ବାଇ,୧୩।୪: ଆଇପିଏଲର ୧୪ ତମ ସିଜନରେ କିଙ୍ଗସ ଏକାଦଶ ପଞ୍ଜାବ ବିଜୟର ସହିତ ଖାତା ଖୋଲିଛି। ଏକ ରୋମାଞ୍ଚକର ମ୍ୟାଚରେ ପୂର୍ବତନ ଚାମ୍ପିୟନ ରାଜସ୍ଥାନ ରୟାଲ୍ସକୁ ମାତ୍ର ୪ ରନ୍‌ରେ ପରାସ୍ତ କରିଛି। ଏହି ବିଜୟରେ କେଏଲ ରାହୁଲ ଏବଂ ଦୀପକ ହୁଡା ବଡ଼ ଅବଦାନ ଥିଲା। ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ପଞ୍ଜାବ ପକ୍ଷରୁ ରାହୁଲ (୯୧) ଏବଂ ଦୀପକ ହୁଡା (୬୪)ଙ୍କ ବଳରେ ୬ ଉଇକେଟ ହରାଇ ୨୨୧ ରନ ସଂଗ୍ରହ କରିଥିଲା। ରାଜସ୍ଥାନ ଦଳ ୭ ଉଇକେଟ ହରାଇ ୨୧୭ ରନ ସ୍କୋର କରିଥିଲା।
ପଞ୍ଜାବ ଦଳର ବ୍ୟାଟ୍ସମ୍ୟାନ ଦୀପକ ହୁଡା ବିସ୍ଫୋରକ ବ୍ୟାଟିଂ କରି ମାତ୍ର ୨୦ ବଲରେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। ଏହା ସହିତ ସେ ଆଇପିଏଲ ଇତିହାସରେ ଦ୍ୱିତୀୟ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିବାରେ ଅନ୍‌କ୍ୟାପ୍‌ଡ ଖେଳାଳି ହୋଇଥିଲେ। ଏହାପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ଯୁବ ବ୍ୟାଟ୍ସମ୍ୟାନ ଇଶାନ କିଶନ ୨୦୧୮ରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ୧୭ଟି ବଲରେ ଅର୍ଦ୍ଧଶତକ ପୂରଣ କରିଥିଲେ। ମ୍ୟାଚରେ ୨୮ ବଲ୍ର ଇନିଂସରେ ଦୀପକ ୪ ଚୌକା ଓ ୬ ଛକା ମାରିଥିଲେ। ଏହା ସହିତ ଦୀପକ ପ୍ରଥମ ଅନ୍‌କ୍ୟାପ୍‌ଡ ଖେଳାଳି ଭାବେ ଆଇପିଏଲ ଇତିହାସରେ ଦୁଇଥର ୨୩ ବଲରୁ କମ ଅର୍ଦ୍ଧଶତକ ହାସଲ କରିଥିଲେ। ସେ ଏହାପୂର୍ବରୁ ୨୦୧୫ରେ ରାଜସ୍ଥାନ ପାଇଁ ଖେଳୁଥିବାବେଳେ ଦିଲ୍ଲୀ ଡେୟାରଡେଭିଲ୍ସ (ବର୍ତ୍ତମାନ ଦିଲ୍ଲୀ କ୍ୟାପିଟାଲ୍ସ) ବିପକ୍ଷରେ ୨୨ଟି ବଲରେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। ୨୦୧୬ରେ କ୍ରୁନାଲ ପାଣ୍ଡ୍ୟା ମଧ୍ୟ ଦିଲ୍ଲୀ ବିପକ୍ଷରେ ୨୨ଟି ବଲରୁ ଅର୍ଦ୍ଧଶତକ ପୂରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri