Posted inଖେଳ

ବିନା ଅସୁବିଧାରେ ଖେଳାଯିବ ଆଇପିଏଲ

ନୂଆଦିଲ୍ଲୀ,୪ା୪- ଆଇପିଏଲ ଖେଳାଯିବାକୁ ଥିବା ବିଭିନ୍ନ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହା ସତ୍ତ୍ୱେ ବିନା କୌଣସି ଅସୁବିଧାରେ ଆଇପିଏଲ ଖେଳାଯିବ ବୋଲି ଦୃଢ଼ୋକ୍ତି ଦେଇଛନ୍ତି ବିସିସିଆଇ ଉପ ସଭାପତି ରାଜୀବ ଶୁକ୍ଳା।

କରୋନାକୁ ଦୃଷ୍ଟିରେ ରଖି ବିସିସିଆଇ ସମସ୍ତ ପ୍ରକାର ବ୍ୟବସ୍ଥା କରିଛି। ଏହି କାରଣରୁ କେବଳ ୬ଟି ଭେନ୍ୟୁରେ ସମସ୍ତ ମ୍ୟାଚ୍‌ ଖେଳିବାକୁ ଯୋଜନା କରାଯାଇଛି । ପ୍ରତ୍ୟେକ ଭ୍ରେ୍ୟୁରେ ଖେଳାଳିଙ୍କ ପାଇଁ ପ୍ରସ୍ତୁତ କରାଯାଇଛି ବାୟୋ ବବ୍‌ଲ। ବାୟୋ ବବ୍‌ଲରେ ରହୁଥିବା ଖେଳାଳି ଓ କୋଚିଂ ଷ୍ଟାଫଙ୍କ କରାଯାଉଛି କରୋନା ଟେଷ୍ଟ। ଆଉ ରୁଦ୍ଧ ଦ୍ୱାର ଷ୍ଟାଡିୟମରେ ମ୍ୟାଚ୍‌ ଖେଳାଯାଉଥିବାରୁ ପ୍ରଶଂସକଙ୍କୁ ନେଇ ଚିନ୍ତା କରିବାର କୌଣସି କାରଣ ନାହିଁ। ଏଣୁ ମୁଁ ଭାବୁଛି ଟୁର୍ନାମେଣ୍ଟ ବିନା କୌଣସି ଅସୁବିଧାରେ ଖେଳାଯିବ। ତେବେ ମୁମ୍ବାଇରେ ଖେଳାଯିବାକୁ ମ୍ୟାଚ୍‌ଗୁଡ଼ିକ ସ୍ଥାନାନ୍ତର କରାଯିବାକୁ ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ। ଯଦି ଦରକାର ପଡ଼େ, ଆମ ପାଖରେ ଅତିରିକ୍ତ ଭେନ୍ୟୁ ଅଛି ବୋଲି ଶୁକ୍ଳା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri