Posted inଖେଳ

ପ୍ରକାଶ ପାଇଲା ଆଇପିଏଲ-୧୪ କାର୍ଯ୍ୟସୂଚୀ: ଉଦ୍‌ଘାଟନୀ ମ୍ୟାଚ୍‌ରେ ମୁମ୍ବାଇ-ଆରସିବି

ନୂଆଦିଲ୍ଲୀ,୭।୩ : ଆଗାମୀ ଆଇପିଏଲ ଲାଗି ରବିବାର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରିଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)। ଏପ୍ରିଲ ୯ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲର ୧୪ତମ ସଂସ୍କରଣର ପ୍ରଥମ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ ଚେନ୍ନାଇରେ ଖେଳାଯିବ। ଲିଗ୍‌ର ଫାଇନାଲ ମ୍ୟାଚ୍‌ ମେ’ ୩୦ ତାରିଖରେ ଅହମ୍ମଦାବାଦ ସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅନୁଷ୍ଠିତ ହେବ।

ଦିଲ୍ଲୀ, ଅହମ୍ମଦାବାଦ, କୋଲକାତା, ଚେନ୍ନାଇ, ମୁମ୍ବାଇ ଓ ବାଙ୍ଗାଲୋରରେ ମୋଟ ୫୬ଟି ଗ୍ରୁପ ମ୍ୟାଚ୍‌ ଖେଳାଯିବ। ଫାଇନାଲ ସମେତ ସମସ୍ତ ପ୍ଲେ -ଅଫ୍ସ ମ୍ୟାଚ୍‌ ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ ବୋଲି ବିସିସିଆଇ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ କୁହାଯାଇଛି।

ଚଳିତ ବର୍ଷ ଆଇପିଏଲରେ ଖେଳାଯିବ ୧୪ଟି ଡବଲ ହେଡର ମ୍ୟାଚ୍‌। ପ୍ରତ୍ୟେକ ଦଳ ୪ଟି ଭେନ୍ୟୁରେ ଲିଗ ମ୍ୟାଚ୍‌ ଖେଳିବେ। ୫୬ ମ୍ୟାଚ୍‌ ମଧ୍ୟରୁ ଚେନ୍ନାଇ, ମୁମ୍ବାଇ, କୋଲକାତା ଓ ବେଙ୍ଗାଲୁରୁରେ ୧୦ ଲେଖାଏ ମ୍ୟାଚ୍‌ ଖେଳାଯିବ। ସେହିଭଳି ଅହମ୍ମଦାବାଦ ଓ ଦିଲ୍ଲୀରେ ଅନୁଷ୍ଠିତ ହେବ ୮ ଲେଖାଏ ମ୍ୟାଚ୍‌। ପ୍ରଥମ ଥର ପାଇଁ ଆଇପିଏଲର ସମସ୍ତ ମ୍ୟାଚ୍‌ ନ୍ୟୁଟ୍ରାଲ ଭେନ୍ୟୁରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri