Posted inଖେଳ

ରୋହିତ ଶର୍ମାଙ୍କୁ ନେଇ ଟୁଇଟ୍‌ କରିବା ସ୍ବିଗିକୁ ପଡିଲା ମହଙ୍ଗା: ଗ୍ରାହକ ରାଗିବାରୁ…

ମୁମ୍ବାଇ,୧୪।୪: ଆଇପିଏଲର ୧୪ତମ ସିଜନ ଗତିଶୀଳ ହେବା ଆରମ୍ଭ କରିଛି। ଏହି ସମୟରେ ଦିଲ୍ଲୀ କ୍ୟାପିଟାଲ୍ସ ପଏଣ୍ଟ ଟେବୁଲର ଶୀର୍ଷରେ ଥିବାବେଳେ ରୋହିତ ଶର୍ମାଙ୍କ ନେତୃତ୍ୱଧୀନ ମୁମ୍ବାଇ ଇଣ୍ଡିଆନ୍ସ ଦ୍ୱିତୀୟରେ ଅଛି। ମୁମ୍ବାଇ କୋଲକାତାକୁ ୧୦ ରନ୍‌ରେ ପରାସ୍ତ କରି ଆଇପିଏଲର ସିଜିନରେ ପ୍ରଥମ ବିଜୟ ଲାଭ କରିଛି। ତେବେ ଏହି ମ୍ୟାଚ ପୂର୍ବରୁ ଅନଲାଇନ ଖାଦ୍ୟ ବିତରଣ ଆପ ସ୍ବିଗି ଟାର୍ଗେଟରେ ଆସିଥିଲା। ମ୍ୟାଚ ଆରମ୍ଭ ହେବା ପୂର୍ବରୁ ସ୍ବିଗିି ମୁମ୍ବାଇ ଅଧିନାୟକ ରୋହିତ ଶର୍ମାଙ୍କ ଉପରେ ମନ୍ତବ୍ୟ ଦେଇଥିଲା। ଯାହା ତାଙ୍କୁ ଭାରୀ ପଡିଛି। ଏବେ ସୋସିଆଲ ମିଡିଆରେ ବଏକୋଟସ୍ବିଗି ଟ୍ରେଣ୍ଡ କରୁଛି। ମ୍ୟାଚ ପୂର୍ବରୁ ଜଣେ ୟୁଜର୍ସ ସୋସିଆଲ ମିଡିଆରେ ରୋହିତଙ୍କ ଏକ ଫଟୋ ଶେୟାର କରିଥିଲେ, ଯେଉଁଥିରେ ରୋହିତ ଭଡା ପାଭକୁ ଡେଇଁଥିବାର ନଜର ଆସିଛନ୍ତି। ଏହି ଫଟୋକୁ ରିଟୁଇଟ କର ସ୍ବିଗି କହିଥିଲା, ସମାଲୋଚକମାନେ କହିବେ ଯେ ଏହା ହେଉଛି ଫୋଟୋଶପ, ସ୍ବିଗି ବୋଧହୁଏ ପ୍ରଶଂସକଙ୍କ ମୁହଁରେ ହସ ଆଣିବାକୁ ଚାହୁଁଥିଲା, କିନ୍ତୁ ତାର ଏହି ଆଭିମୁଖ୍ୟ ପଛଘୁଞ୍ଚା ଦେଇଥିଲା। ପ୍ରଶଂସକମାନେ ତାଙ୍କୁ ଟ୍ରୋଲ କରିବା ଆରମ୍ଭ କଲେ। ଯାହା ପରେ ସ୍ବିଗିକୁ ଏହି ଟୁଇଟ ଡିଲିଟ କରିବାକୁ ପଡିଲା। ପ୍ରଶଂସକମାନେ ଏହି ଟୁଇଟ ଉପରେ ଏତେ ରାଗିଗଲେ ଯେ ସେମାନେ ସ୍କ୍ରିନସଟ ଶେୟାର୍‌ କରିବା ଆରମ୍ଭ କଲେ। ଏହାପରେ ସୋସିଆଲ ମିଡିଆରେ ବୟକଟ୍‌ସ୍ବିଗି ଟ୍ରେଣ୍ଡ୍‌ ଆରମ୍ଭ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାନ ଦୋକାନିଙ୍କ ପୁଅ ଆଜି ମ୍ୟାଚ ଓ୍ବିନର

ନୂଆଦିଲ୍ଲୀ,୨୯।୩: ଆଇପିଏଲ ୨୦୨୪ର ନବମ ମ୍ୟା ରେ ରାଜସ୍ଥାନ ରୟାଲ୍ସକୁ ଜିତାଇବାରେ ଆବେଶ ଖାନ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଦଳ ପାଇଁ ଶେଷ ଓଭରରେ...

ବିବାହ ପୂର୍ବରୁୁ ଦୀପିକାଙ୍କ ସହ ଥିଲା ଧୋନିଙ୍କର ସମ୍ପର୍କ?

ନୂଆଦିଲ୍ଲୀ,୨୯।୩: ମହେନ୍ଦ୍ର ସିଂ ଧୋନି ଆଇପିଏଲ ୨୦୨୪ ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳାଳି ଭାବରେ ଖେଳୁଛନ୍ତି। ୧୭ ତମ ସିଜିନ ଆରମ୍ଭ ହେବାର...

ଦୁଇଫାଳ ମୁମ୍ବାଇ ଇଣ୍ଡିଆନ୍ସ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମର୍ଥନରେ ମାଲିକ

ନୂଆଦିଲ୍ଲୀ,୨୯।୩: ପାଞ୍ଚ ଥର ଚାମ୍ପିଅନ୍ ତଥା ତାରକା ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମାଙ୍କଠାରୁ ଅଧିନାୟକତ୍ୱ ଦାୟିତ୍ୱ ଛଡ଼ାଇବା ନିଷ୍ପତିକୁ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକମାନେ ଗ୍ରହଣ କରି ପାରୁ...

ଏହି ମହଙ୍ଗା ବୋଲରଙ୍କୁ ଘାରିଛି କୋହଲି ଭୟ: ଆଇପିଏଲ ଇତିହାସରେ ପ୍ରଥମଥର ହେବ ସାମ୍ନା

ବେଙ୍ଗାଲୁରୁ,୨୯।୩: ଆଇପିଏଲ ୨୦୨୪ର ଦଶମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯିବ। ଆରସିବି ଚଳିତ ସିଜନରେ ଏପର୍ଯ୍ୟନ୍ତ ଦୁଇଟି...

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri