Posted inଖେଳ

ଜାଡେଜାଙ୍କୁ ଅନ୍‌ଫଲୋ କଲା ଚେନ୍ନାଇ

ମୁମ୍ବାଇ,୧୨।୫: ଗତ ୧୦ ବର୍ଷ ହେଲା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ଗୁରୁତ୍ୱପୂର୍ଣ୍ଣ ଅଂଶ ହୋଇରହିଥିବା ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କୁ ଇନ୍‌ଷ୍ଟାଗ୍ରାମରେ ଅନ୍‌ଫଲୋ କରି ଦେଇଛି ଏହି ଫ୍ରାଞ୍ଚାଇଜ। ଆହତ ସମସ୍ୟା ଯୋଗୁ ଜାଡେଜା ଚଳିତ ଆଇପିଏଲ୍‌ର ଅବଶିଷ୍ଟାଂଶ ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ତାଙ୍କ ପଞ୍ଜରାରେ ଆଘାତ ଲାଗିଥିଲା। ଲିଗ୍‌ରୁ ବାଦ୍‌ ପଡ଼ିବା ଏବଂ ଇନ୍‌ଷ୍ଟାଗ୍ରାମରେ ସିଏସ୍‌କେ ଅନ୍‌ଫଲୋ କରିବା ଦ୍ୱୟ ଘଟଣା ଯୋଗୁ ଫ୍ରାଞ୍ଚାଇଜ ଓ ଅଲରାଉଣ୍ଡରଙ୍କ ମଧ୍ୟରେ କିଛି ଠିକ୍‌ ନ ଥିବା ଚର୍ଚ୍ଚା ହେଉଛି।

ଉଲ୍ଲେଖଯୋଗ୍ୟ, ଜାଡେଜାଙ୍କୁ ପ୍ରଥମ ଖେଳାଳି ଭାବେ ସିଏସ୍‌କେ ୧୬ କୋଟି ଟଙ୍କାରେ ରିଟେନ କରିଥିଲା। ଆଇପିଏଲ୍‌ ଆରମ୍ଭ ହେବାର ଦୁଇ ଦିନ ପୂର୍ବରୁ ତାଙ୍କୁ ଅଧିନାୟକ ଦାୟିତ୍ୱ ମଧ୍ୟ ଦିଆଯାଇଥିଲା। କିନ୍ତୁ ତାଙ୍କ ନେତୃତ୍ୱରେ ଦଳକୁ ୮ ମ୍ୟାଚ୍‌ରେ ୬ଟିରେ ପରାଜୟର ମୁହଁ ଦେଖିବାକୁ ପଡ଼ିଥିଲା। ଏପରି କି ଜାଡେଜା ଫର୍ମ ମଧ୍ୟ ହରାଇଥିଲେ। ସେ ୧୦ ମ୍ୟାଚ୍‌ରେ ୧୧୬ ରନ୍‌ କରିବା ସହ ୫ ଉଇକେଟ ନେଇଥିଲେ। ତା’ ପରେ ନିଜ ଖେଳ ଉପରେ ଧ୍ୟାନ ଦେବା ପାଇଁ ମହେନ୍ଦ୍ର ସିଂ ଧୋନୀଙ୍କୁ ପୁଣି ଥରେ ଦଳର ନେତୃତ୍ୱ ନେବାକୁ ଅନୁରୋଧ କରିଥିଲେ। ଧୋନୀ ନେତୃତ୍ୱ ନେବା ପରେ ସିଏସ୍‌କେ ୩ରୁ ୨ ମ୍ୟାଚ୍‌ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri