ଆଇପିଏଲ୍‌ ସମାପନ ସମାରୋହ: ଜଲଓ୍ବା ଦେଖାଇଲେ ରଣବୀର

ଅହମ୍ମଦାବାଦ୍‌,୨୯।୫: ଆଇପିଏଲ ୧୫ର ଫାଇନାଲ ଆଜି ରାଜସ୍ଥାନ ରୟାଲ୍ସ (ଆରଆର) ଏବଂ ଗୁଜରାଟ ଟାଇଟାନ୍ସ (ଜିଟି) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ ପୂର୍ବରୁ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆଇପିଏଲ ୨୦୨୨ର ସମାପନ ସମାରୋହ ଆୟୋଜିତ ହୋଇଛି। ଏହି ସମାରୋହରେ ବଲିଉଡ୍‌ ଗୀତିକାର ଏ.ଆର୍‌ ରେହମାନ ଏବଂ ଅଭିନେତା ରଣବୀର ସିଂଙ୍କ ଜଲଓ୍ବା ଦେଖିବାକୁ ମିଳିଥିଲା। ଆଇପିଏଲରେ ୩ ବର୍ଷ ପରେ ବନ୍ଦ ସମାରୋହ ଆୟୋଜିତ ହୋଇଛି। କରୋନା ମହାମାରୀ ହେତୁ ଗତ ୩ ବର୍ଷ ହେବ ଏହି ସମାରୋହ ହୋଇ ନ ଥିଲା।
ସମାପନ ସମାରୋହ ୪୫ ମିନିଟ ଧରି ଚାଲିଥିଲା। ଭାରତୀୟ କ୍ରିକେଟ ଇତିହାସର ଝଲକ ଦେଖାଇ ଏ.ଆର୍‌ ରହମାନ ନିଜର ଶକ୍ତିଶାଳୀ ସ୍ବରରେ ଜୟ ହୋ ଗାଇ ସମସ୍ତଙ୍କୁ ଆକର୍ଷିତ କରିଥିଲେ। ତାଙ୍କ ସହ ଗାୟକ ମୋହିତ ଚୌହାନ ଏବଂ ନୀତି ମୋହନ ମଧ୍ୟ ଥିଲେ। ସେହିପରି ରଣବୀର ସେ କେଜିଏଫ ସମେତ ଅନେକ ଫିଲ୍ମ ଗୀତରେ ନୃତ୍ୟ କରିଥିଲେ।
ଆଇପିଏଲ ୨୦୨୨ର ଅନ୍ତିମ ମ୍ୟାଚରେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି, ଉପରାଷ୍ଟ୍ରପତି ରାଜୀବ ଶୁକ୍ଲା, ସଚିବ ଜୟ ଶାହା, ସମେତ ବିସିସିଆଇର ଉଚ୍ଚ ସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ। ଏହାସହ ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ମଧ୍ୟ ମ୍ୟାଚ୍‌ ଦେଖିବା ପାଇଁ ଷ୍ଟାଡିୟମରେ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri