Posted inଖେଳ

ଆଇପିଏଲ୍‌ ଫାଇନାଲ ୮ଟାରେ ଖେଳାଯିବ

ମୁମ୍ବାଇ,୧୯।୫: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ମ୍ୟାଚ୍‌ ରାତି ୭ଟା ୩୦ ବଦଳରେ ୮ଟାରେ ଆରମ୍ଭ ହେବ। କ୍ରିକ୍‌ବଜରୁ ମିଳିଥିବା ସୂଚନା ମୁତାବକ, ଫାଇନାଲ ମ୍ୟାଚ୍‌ ପୂର୍ବରୁ ଏକ ସାଂସ୍କୃତିକ ଉଦ୍‌ଯାପନୀ ସମାରୋହ ଆୟୋଜନ ହେବ। ଚଳିତ ସିଜନର ଫାଇନାଲ ମ୍ୟାଚ୍‌ ଅହମ୍ମଦାବାଦର ମୋଟେରାସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆସନ୍ତା ୨୯ ତାରିଖରେ ଖେଳାଯିବ।

ବିସିସିଆଇ ଓ ଆଇପିଏଲ୍‌ ଅଧିକାରୀଙ୍କଠାରୁ କ୍ରିକ୍‌ବଜକୁ ମିଳିଥିବା ସୂଚନା ମୁତାବକ, ଉଦ୍‌ଯାପନୀ ଉତ୍ସବରେ ବଲିଉଡ୍‌ ଷ୍ଟାରଙ୍କୁ ଦେଖିବାକୁ ମିଳିବ। ଏହି କାର୍ଯ୍ୟକ୍ରମ ସନ୍ଧ୍ୟା ୬ଟା ୩୦ରେ ଆରମ୍ଭ ହେବ ଏବଂ ୫୦ ମିନିଟ୍‌ ଧରି ଚାଲିବ। ୭ଟା ୩୦ରେ ଟସ୍‌ ପଡ଼ିବ ଓ ଏହାର ୩୦ ମିନିଟ୍‌ ପରେ ମ୍ୟାଚ୍‌ ଆରମ୍ଭ ହେବ।

ତେବେ ଉଦ୍‌ଘାଟନୀ ଓ ଉଦ୍‌ଯାପନୀ ଉତ୍ସବରେ ବଲିଉଡ୍‌ ଷ୍ଟାରଙ୍କ ଉପସ୍ଥିତି କିଛି ନୂଆ ଘଟଣା ନୁହେଁ। ୨୦୦୮ରୁ ୨୦୧୭ ପର୍ଯ୍ୟନ୍ତ ନିୟମିତ ଭାବେ ଉଭୟ ସମାରୋହରେ ବଲିଉଡ୍‌ ଷ୍ଟାର ଅଂଶଗ୍ରହଣ କରୁଥିଲେ। କିନ୍ତୁ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ନିଯୁକ୍ତ ପ୍ରଶାସନିକ କମିଟି (ସିଓଏ)ର ୩ ବର୍ଷ କାର୍ଯ୍ୟକାଳରେ ଏହାକୁ ବନ୍ଦ ରଖାଯାଇଥିଲା। ତା’ପରେ ମହାମାରୀ ଯୋଗୁ ଗତ ଦୁଇ ବର୍ଷ ହେଲା ଏହି ଧାରା ଜାରି ରହିଥିଲା। ଏପରି କି ଚଳିତ ବର୍ଷ ମାର୍ଚ୍ଚ ୨୬ ତାରିଖରେ ଯେତେବେଳେ ଆଇପିଏଲ ଆରମ୍ଭ ହେଲା ସେତେବେଳେ କୌଣସି ଉଦ୍‌ଘାଟନୀ ଉତ୍ସବ ଆୟୋଜନ କରାଯାଇ ନ ଥିଲା। ପରେ ବସିଥିବା ଆପେକ୍ସ କାଉନ୍‌ସିଲ ବୈଠକରେ ଉଦ୍‌ଯାପନୀ ସମାରୋହ ଲାଗି ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼: ଆଜି ପୁଣି ବଢ଼ିଲା CNG ଦାମ୍‌, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୯।୮: ଇରାନ ଓ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ଏବେ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ଦେଶରେ ଲଗାତାର ବଢ଼ୁଥିବା ଦର ମଧ୍ୟରେ IGL ପୁଣିଥରେ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୫୭୯, ଏବେବି ୩୨୦ ଭାରତୀୟ ନିଖୋଜ

କାଠମାଣ୍ଡୁ,୨୯ା୮: କେନ୍ଦ୍ରୀୟ ନେପାଳରେ ବୁଧବାର ଗ୍ଲେସିୟର ଧସି ହଠାତ୍‌ ଭୀଷଣ ବନ୍ୟା ମାଡ଼ିଆସିବାରୁ ରାସୁଓ୍ବା ଓ ଅନ୍ୟ ଅଞ୍ଚଳଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ୫୭୯ ଜଣଙ୍କ ମୃତଦେହ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri