ଗୋଟିଏ ଓଭରରେ ୩୫ ରନ୍‌: ରାହୁଲଙ୍କ ସମକକ୍ଷ ହେଲେ କୁମିନ୍ସ

ପୁଣେ,୭।୪: ଆଇପିଏଲ ୨୦୨୨ର ୧୪ତମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ କେକେଆର୍‌ ୫ ଉଇକେଟରେ ଜିତିଛି। ଏମସିଏସ ଷ୍ଟାଡିୟମ ପୁଣେରେ ଅନୁଷ୍ଠିତ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ୪ ଉଇକେଟ୍‌ ହରାଇ ୧୬୧ ସ୍କୋର କରିଥିଲା। ଟାର୍ଗେଟକୁ ପିଛା କରି କେକେଆର ଦଳ ୧୬ ତମ ଓଭରରେ ଲକ୍ଷ୍ୟ ହାସଲ କରିଥିଲା। କୋଲକାତା ମ୍ୟାଚ ଜିତିବାରେ ପ୍ୟାଟ କୁମିନ୍ସ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ଡାନିଏଲ ସାମସଙ୍କ ଏକ ଓଭର୍‌ରେ ୩୫ ରନ ସ୍କୋର କରିଥିଲେ।
କୋଲକାତାର ଇନିଂସର ୧୫ତମ ଓଭର ଶେଷରେ ମ୍ୟାଚ ଜିତିବା ପାଇଁ ଦଳକୁ ୩୦ ବଲରୁ ୩୫ ରନ ଆବଶ୍ୟକ କରୁଥିଲା। ଏଭଳି ପରିସ୍ଥିତିରେ ଅଧିନାୟକ ରୋହିତ ଶର୍ମା ଡାନିଏଲ ସାମସଙ୍କୁ ବୋଲିଂ କରିବାକୁ ସୁଯୋଗ ଦେଇଥିଲେ। ପ୍ୟାଟ କମିନ୍ସ ତାଙ୍କ ସାମ୍ନାରେ ଥିଲେ। କ୍ୱଚିତ୍‌ କେହି ଭାବିଥିବେ କୁମିନ୍ସ ନିଜେ ୧୬ତମ ମ୍ୟାଚ ଶେଷ କରିବେ। ସେ ଏହି ଓଭରରେ ୪ଟି ଛକା ବ୍ୟତୀତ ୨ଟି ଚୌକା ମାରିଥିଲେ। ସାମସଙ୍କ ପଞ୍ଚମ ବଲ ନୋ’ ବଲ୍‌ ଥିଲା,ଏଥିରେ ୨ ରନ ସ୍କୋର କରାଯାଇଥିଲା। ଫଳରେ କୋଲକତା ୧୬ ଓଭରରେ ମ୍ୟାଚ୍‌ ଜିତିଥିଲା।
ଇଣ୍ଡିଆନ ପ୍ରିମିୟର ଲିଗର ଇତିହାସକୁ ଦେଖିଲେ ଡାନିଏଲ ସାମସ ଏକ ଓଭରରେ ସର୍ବାଧିକ ରନ ସ୍କୋର କରିବାରେ ବିଶ୍ୱର ତୃତୀୟ ବୋଲର ଅଟନ୍ତି। ଆଇପିଏଲ ୨୦୧୧ରେ, କୋଚି ଟସ୍କର୍ସ କେରଳର ବୋଲର ପି ପରମେଶ୍ୱରା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ଖେଳିବା ସମୟରେ ଏକ ଓଭରରେ ୩୭ ରନ ଦେଇଥିଲେ। ଆଇପିଏଲ ୨୦୨୧ରେ, ଆରସିବି ବୋଲର ହର୍ଷଲ ପଟେଲ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ଏକ ଓଭରରେ ୩୭ ରନ ସଂଗ୍ରହ କରିଥିଲେ।
ସେହିପରି ପ୍ୟାଟ କୁମିନ୍ସ ଆଇପିଏଲ ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ଏହି ପରିପ୍ରେକ୍ଷୀରେ, କମିନ୍ସ କେ.ଏଲ ରାହୁଲଙ୍କ ସହ ସମକକ୍ଷ ହୋଇଥିଲେ। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ କୁମିନ୍ସ ୧୪ ବଲ୍‌ରେ ଅର୍ଦ୍ଧଶତକ ହାସଲ କରିଛନ୍ତି। ରାହୁଲ ୨୦୧୮ରେ ଦିଲ୍ଲୀ ରାଜଧାନୀ ବିପକ୍ଷରେ ୧୪ ବଲରେ ଅର୍ଦ୍ଧଶତକ ହାସଲ କରିଥିଲେ। କୁମିନ୍ସ ତାଙ୍କ ୧୫ ବଲ ଇନିଂସରେ ୪ ଚୌକା ଓ ୬ ଛକା ମାରିଥିଲେ। ସେ ଆଉଟ ୫୬ ରନ୍‌ରେ ଅପରାଜିତ ରହିଥିଲେ। ଏହି ସମୟରେ, କୁମିନ୍ସଙ୍କ ଷ୍ଟ୍ରାଇକ ହାର ୩୭୩.୩୩ ରହିଥିଲା।

https://twitter.com/manish_ydv_18/status/1511766329321472000


Enter your email to get our daily news in your inbox.

All Right Reserved By Dharitri.Com

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?