ପଡ଼ିଆରେ କାନ୍ଦିଲେ ଏହି କ୍ରିକେଟର୍‌

ମୁମ୍ବାଇ,୧୯।୫: ଆଇପିଏଲ ୨୦୨୨ର ଏକ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍‌ସଠାରୁ ମାତ୍ର ୨ ରନ୍‌ରେ ପରାସ୍ତ ହୋଇ ପ୍ଲେ ଅଫ୍‌ରୁ ବାଦ୍‌ ପଡ଼ିଛି କୋଲକତା ନାଇଟ୍‌ ରାଇଡର୍ସ। ଯଦିଓ କେକେଆର୍‌ ଦଳକୁ ପରାଜୟର ସାମ୍ନା କରିବାକୁ ପଡିଛି, କିନ୍ତୁ ଦଳର ଖେଳାଳି ରିଙ୍କୁ ସିଂ ତାଙ୍କର ବିସ୍ଫୋରକ ଇନିଂସ ସହିତ ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି। ତାଙ୍କୁ ସୋସିଆଲ୍‌ ମିଡିଆରେ ସମସ୍ତେ ପ୍ରଶଂସା କରୁଛନ୍ତି।
ରିଙ୍କୁ ୧୫ଟି ବଲରେ ୪୦ ରନ୍‌ର ଇନିଂସ ଖେଳିଥିଲେ ଏବଂ ତାଙ୍କ ଇନିଂସରେ ସେ ୨ ଚୌକା ଓ ୪ ଛକା ମାରିଥିଲେ। ଏକ ସମୟରେ ଏହା ଲାଗୁଥିଲା ଯେ ରିଙ୍କୁ କେକେଆର୍‌ ବିଜୟ ଦେବେ କିନ୍ତୁ ଶେଷ ଓଭରରେ ଇଭିନ ଲୁଇସ ଏକ ଚମତ୍କାର କ୍ୟାଚ ନେଇ ତାଙ୍କର ସ୍ମରଣୀୟ ଇନିଂସ ଶେଷ କରିଥିଲେ। ଆଉଟ୍‌ ପରେ ରିଙ୍କୁ ମଧ୍ୟ ନିରାଶ ହୋଇ କାନ୍ଦି ପକାଇଥିଲେ। ଏହି ସମୟରେ, ତାଙ୍କ ବନ୍ଧୁ ନୀତୀଶ ରାଣା ତାଙ୍କୁ ସାନ୍ତ୍ୱନା ଦେଇଥିଲେ।
ଶେଷ ଓଭରରେ କେକେଆର୍‌କୁ ଜିତିବା ପାଇଁ ୨୧ ରନ ଆବଶ୍ୟକ ଥିଲା। ଷ୍ଟୋଇନିସଙ୍କ ପ୍ରଥମ ବଲରେ ରିଙ୍କୁ ଚୌକା ମାରିଥିଲେ। ଦ୍ୱିତୀୟ ଏବଂ ତୃତୀୟ ବଲରେ ରିଙ୍କୁ ଛକା ମାରିଥିଲେ। ଏଠାରୁ ମ୍ୟାଚ କେକେଆର୍‌ ହାତରେ ଥିଲା। ଚତୁର୍ଥ ବଲରେ ରିଙ୍କୁ ୨ ରନ କରି ମ୍ୟାଚ୍‌ ବିଜୟର ନିକଟତର ହୋଇଥିଲେ। ଷ୍ଟୋଇନିସଙ୍କ ପଞ୍ଚମ ବଲରେ ରିଙ୍କୁ ଏକ ସଟ ମାରି କ୍ୟାଚ୍‌ ଆଉଟ୍‌ ହୋଇଥିଲେ। ଶେଷ ବଲ୍‌ରେ ଉମେଶ ଯାଦବ ବୋଲ୍ଡ ଆଉଟ୍‌ ହୋଇଥିଲେ। ଫଳରେ କେଲକତା ମ୍ୟାଚ୍‌କୁ ୨ ରନ୍‌ରେ ପରାସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri