୩ଟି ବଡ଼ ସଫଳତା ହାସଲ କଲେ ଶିଖର ଧାୱନ

ମୁମ୍ବାଇ,୨୬।୪: ଆଇପିଏଲ ୨୦୨୨ର ୩୮ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସର ଓପନର୍‌ ଶିଖର ଧାୱନ  ୩ଟି ବଡ଼ ସଫଳତା ହାସଲ କରିଛନ୍ତି। ଏହି ମ୍ୟାଚ୍‌ରେ ୩୬ ବର୍ଷୀୟ ଧାୱନ ଆଇପିଏଲରେ ନିଜର ୨୦୦ତମ ମ୍ୟାଚ ଖେଳିବାକୁ ଓହ୍ଲାଇଥିଲେ। ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଏହି ମ୍ୟାଚରେ ସେ ୨ ରନ ସ୍କୋର କରିବା ମାତ୍ରେ ଧାୱନ ଆଇପିଏଲରେ ୬୦୦୦ ରନ ପୂରଣ କରିଥିଲେ। ଏହା ସହ ସେ ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ସହ ଏକ ସ୍ବତନ୍ତ୍ର କ୍ଲବରେ ଯୋଗ ଦେଇଥିଲେ। ମହିଷ ଥିକ୍ଷାନାଙ୍କ ବଲ୍‌ରେ ଛକା ମାରି ସେ ଟି -୨୦ରେ ୯୦୦୦ ରନ ସଂଗ୍ରହ କରିବା ସହ ଆଇପିଏଲ୍‌ରେ ୬ ହଜାର ରନ୍‌ ପୂରଣ କରିଥିଲେ। ସେ ଆଇପିଏଲର ଦ୍ୱିତୀୟ ସର୍ବାଧିକ ରନ ସ୍କୋରର ହୋଇଛନ୍ତି। ତାଙ୍କ ଉପରେ କେବଳ ବିରାଟ କୋହଲିଙ୍କ ନାମ ରହିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ପୂର୍ବତନ ଅଧିନାୟକ ବିରାଟ ଏପର୍ଯ୍ୟନ୍ତ ଆଇପିଏଲରେ ୬୪୦୨ ରନ ସଂଗ୍ରହ କରିଛନ୍ତି।
ଏହି ମ୍ୟାଚରେ ଶିଖର ଧାଓ୍ବନ ମଧ୍ୟ ଟି-୨୦ କ୍ରିକେଟରେ ୯ ହଜାର ରନ ପୂରଣ କରିଥିଲେ। ଟି -୨୦ କ୍ରିକେଟରେ ସର୍ବାଧିକ ରନ ସଂଗ୍ରହ କରିବାରେ ସେ ହେଉଛନ୍ତି ତୃତୀୟ ଭାରତୀୟ ବ୍ୟାଟ୍ସମ୍ୟାନ। ବିରାଟ କୋହଲି ମଧ୍ୟ ଏହି ତାଲିକାର ଶୀର୍ଷରେ ଅଛନ୍ତି। ବିରାଟଙ୍କ ନାମରେ ୧୦୩୯୨ ରନ ଅଛି। ଏଥି ସହିତ ଦୁଇ ନମ୍ବରରେ ଓପନର୍‌ ରୋହିତ ଶର୍ମା ରହିଛନ୍ତି। ସେ ୧୦୦୪୮ ରନ କରିଛନ୍ତି। ବର୍ତ୍ତମାନ ଶିଖର ଧାୱନ ୯୦୦୦ ରନ ପୂରଣ କରିଛନ୍ତି।
ଧାୱନ ଆଇପିଏଲରେ ନିଜର ୨୦୦ ତମ ମ୍ୟାଚ ଖେଳିବା ପାଇଁ ଓହ୍ଲାଇଥିଲେ। ସେ ୨୦୦ ଆଇପିଏଲ ମ୍ୟାଚ ଖେଳିବାରେ ଅଷ୍ଟମ ଖେଳାଳି ହୋଇଥିଲେ। ଚେନ୍ନାଇର ସୁପର କିଙ୍ଗ୍ସର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୨୮ ଆଇପିଏଲ ମ୍ୟାଚ ଖେଳିଥିବା ଏହି ତାଲିକାର ଶୀର୍ଷରେ ଅଛନ୍ତି। ଦୀନେଶ କାର୍ତ୍ତିକ ଏବଂ ରୋହିତ ଶର୍ମା ୨୨୧-୨୨୧ ମ୍ୟାଚ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri