Posted inUncategorized

ପ୍ରଥମ ବଲରେ ରାହୁଲ ଆଉଟ୍‌ ହେବା ପରେ ଶ୍ୱଶୁର-ଗର୍ଲଫ୍ରେଣ୍ଡଙ୍କ ଥିଲା ଏମିତି ପ୍ରତିକ୍ରିୟା

ମୁମ୍ବାଇ,୧୧।୪: ଆଇପିଏଲ ୨୦୨୨ର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩ ରନ୍‌ରେ ଲକ୍ଷ୍ନୌ ସୁପର୍‌ ଜିଆଣ୍ଟ୍ସକୁ ପରାସ୍ତ କରିଛି। ଚଳିତ ଆଇପିଏଲ୍‌ରେ ଲକ୍ଷ୍ନୌ ଅଧିନାୟକ କେଏଲ୍‌ ରାହୁଲଙ୍କ ପ୍ରଦର୍ଶନ ମିଶ୍ରିତ ରହିଛି। ସେ ୫ ପାଳିରେ ୨ଥର ଶୂନରେ ଆଉଟ୍‌ ହୋଇଥିବାବେଳେ ଅନ୍ୟ ୨ଟି ପାଳିରେ ଯଥାକ୍ରମେ ୪୦, ୬୮ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ଚଳିତ ଆଇପିଏଲ୍‌ରେ ରାହୁଲ ରାଜସ୍ଥାନ ବିପକ୍ଷରେ ଦ୍ୱିତୀୟଥର ଶୂନରେ ଆଉଟ୍‌ ହୋଇଥିଲେ। ଇନିଂସର ପ୍ରଥମ ବଲ୍‌ରେ ରାଜସ୍ଥାନର ଟ୍ରେଣ୍ଟ ବୋଲ୍ଟ ତାଙ୍କୁ କ୍ଲିନ୍‌ ବୋଲ୍ଡ କରିଥିଲେ। ଏହାପୂର୍ବରୁ ଗୁଜରାଟ ଟାଇଟନ୍ସ ବିପକ୍ଷରେ ମଧ୍ୟ ସେ ପ୍ରଥମ ବଲ୍‌ରେ ଆଉଟ୍‌ ହୋଇଥିଲେ।
ରାଜସ୍ଥାନ ବିପକ୍ଷ ମୁକାବିଲାରେ ଲକ୍ଷ୍ନୌ ଟିମ୍‌କୁ ସମର୍ଥନ ଦେବା ପାଇଁ ବଲିଉଡ୍‌ ଅଭିନେତା ସୁନୀଲ ସେଟ୍ଟୀ ଏବଂ ତାଙ୍କ ଝିଅ ତଥା ରାହୁଲଙ୍କ ଗର୍ଲଫ୍ରେଣ୍ଡ ଆଥିୟା ଷ୍ଟାଡିୟମରେ ପହଞ୍ଚିଥିଲେ। ଉଭୟ ଲକ୍ଷ୍ନୌ ଦଳର ଜର୍ସି ପିନ୍ଧିଥିଲେ। କିନ୍ତୁ ଏହି ମ୍ୟାଚ ସେମାନଙ୍କ ପାଇଁ ବିଶେଷ କିଛି ନ ଥିଲା। ପ୍ରଥମେ ରାହୁଲ ପ୍ରଥମ ବଲ ଖେଳି ଖାତା ନ ଖୋଲି ପାଭିଲିୟନକୁ ଫେରିଥିଲେ, ତା’ପରେ ଲକ୍ଷ୍ନୌ ମଧ୍ୟ ୩ ରନ୍‌ରେ ମ୍ୟାଚ୍‌ ହାରିଥିଲା। ରାହୁଲ ପ୍ରଥମ ବଲ୍‌ରେ ଆଉଟ୍‌ ହେବା ପରେ ଉଭୟ ବାପ-ଝିଅଙ୍କ ମୁହଁରେ ନିରାଶା ସ୍ପଷ୍ଟ ଦେଖାଯାଇଥିଲା।

https://twitter.com/ashutosh0716/status/1513229324689690626


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri