ପାଣ୍ଡ୍ୟାଙ୍କ ମୁଣ୍ଡରେ ବାଜିଲା ବାଉନ୍ସର, ଡରିଗଲେ ସ୍ତ୍ରୀ

ମୁମ୍ବାଇ,୧୨।୪: ଆଇପିଏଲ୍‌ ୨୦୨୨ରେ ଏକ ମ୍ୟାଚ୍‌ରେ ଗୁଜରାଟ ଟାଇଟାନ୍ସ (ଜିଟି) ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌)କୁ ଭେଟିଥିଲା। ଏହି ମ୍ୟାଚ ସମୟରେ ଗୁଜରାଟ ଟାଇଟାନ୍ସ (ଜିଟି) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏକ ବାଉନ୍ସର ପକାଇଥିଲେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ଦ୍ରୁତ ବୋଲର ଉମରାନ ମଲିକ। ବଲ୍‌ଟି ସିଧାସଳଖ ହେଲମେଟରେ ବାଜିଥିଲା। ଏହି ଘଟଣା ପରେ ଷ୍ଟାଡିୟମରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଚିୟର୍‌ କରିବାକୁ ଆସିଥିବା ତାଙ୍କ ସ୍ତ୍ରୀ ନତାଶା ଷ୍ଟାନକୋଭିକ୍‌ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।
ଗୁଜରାଟ ଟାଇଟାନ୍ସର ବ୍ୟାଟିଂ ସମୟରେ ସନରାଇଜର୍ସ ହାଇଦ୍ରାବାଦର ଦ୍ରୁତ ବୋଲର ଉମରାନ ଅଷ୍ଟମ ଓଭରରେ ବୋଲିଂ କରିବାକୁ ଆସିଥିଲେ। ଉମରାନ ଓଭରର ପ୍ରଥମ ବଲ୍‌କୁ ଦ୍ରୁତ ବାଉନ୍ସର୍‌ ସହିତ ବୋଲିଂ କରିଥିଲେ। ଏହା ହାର୍ଦ୍ଦିକଙ୍କ ହେଲମେଟରେ ସିଧା ଯାଇ ବାଜିଥିଲା।ପରେ ଗୁଜରାଟ ଟାଇଟାନ୍ସ ଦଳର ଫିଜିଓ ପଡିଆରେ ଆସି ହାର୍ଦ୍ଦିକଙ୍କ ଚିକିତ୍ସା କରିଥିଲେ। ଏହି ସମୟରେ ଷ୍ଟାଡିୟମରେ ଉପସ୍ଥିତ ଥିବା ନତାଶା ବହୁତ ଚିନ୍ତିତ ଥିବା ଦେଖାଯାଇଥିଲା। ଅଷ୍ଟମ ଓଭରର ପ୍ରଥମ ବଲ ହେଲମେଟରେ ବାଜିବା ପରେ ହାର୍ଦ୍ଦିକ ଏହି ଓଭରର ଦ୍ୱିତୀୟ ଏବଂ ତୃତୀୟ ବଲରେ କ୍ରମାଗତ ଦୁଇଟି ଚୌକା ମାରିଥିଲେ।
ପାଣ୍ଡ୍ୟା ଏହି ମ୍ୟାଚରେ ୪୨ଟି ବଲରେ ୫୦ ରନ ସଂଗ୍ରହ କରିଥିଲେ। କିନ୍ତୁ ତାଙ୍କ ଦଳକୁ ଏହି ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ହାତରୁ ୮ ଉଇକେଟରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା।

https://twitter.com/Raj93465898/status/1513527432678371332


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri