ଉଦ୍‌ଘାଟନୀ ମ୍ୟାଚ୍‌ରେ ଗୁଜରାଟ-ଚେନ୍ନାଇ ମହାମୁକାବିଲା

ଅହମ୍ମଦାବାଦ,୩୦ା୩: ଗୁଜରାଟର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଆଇପିଏଲ୍‌ର ୧୬ତମ ସଂସ୍କରଣର ଉଦ୍‌ଘାଟନୀ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ୍‌ ହାର୍ଦ୍ଦିକ୍‌ ପାଣ୍ଡ୍ୟାଙ୍କ ଗୁଜରାଟ ଟାଇଟନ୍ସ ଏବଂ ୪ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ମହାମୁକାବିଳା ହେବ।

୨୦୨୨ ସିଜନରେ ପ୍ରଥମ ଥର ପାଇଁ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ସବୁ ଦଳକୁ ପଛରେ ପକାଇ ଚାମ୍ପିୟନ୍‌ ବିବେଚିତ ହୋଇଥିଲା। ଅନ୍ୟପକ୍ଷେ ହାର୍ଦ୍ଦିକ ସର୍ବଦା ଧୋନୀଙ୍କୁ ନିଜର ଆଦର୍ଶ ବୋଲି କହୁଥିବା ବେଳେ  ଏହି ମ୍ୟାଚ୍‌କୁ ଗୁରୁ-ଶିଷ୍ୟଙ୍କ ମ୍ୟାଚ୍‌ କହିଲେ ଅତ୍ୟୁକ୍ତି ହେବ ନାହିଁ।

ସୂଚନା ଯୋଗ୍ୟ, ୪୨ ବର୍ଷ ବୟସରେ ଧୋନୀ ପୁଣି ଥରେ ଅଧିନାୟକ ଭୂମିକାକୁ ପ୍ରତ୍ୟାବର୍ତ୍ତନ କରୁଛନ୍ତି। ଗତ ସିଜନରେ ପ୍ରଥମ ଥର ଚେନ୍ନାଇ ସୁପର କିଙ୍ଗ୍ସ ପ୍ଲେ ଅଫ୍‌ରେ ପ୍ରବେଶ କରିବାରେ ସମର୍ଥ ହୋଇ ନ ଥିଲା। ହେଲେ ୨୦୨୩ ସିଜନରେ ଚେନ୍ନାଇ ମଧ୍ୟ ପୂର୍ବ ସଂସ୍କରଣ ଭଳି ଖେଳିବାକୁ ଉଦ୍ୟମ କରିବ। ଏଭଳି ସ୍ଥିତିରେ ଗୁଜରାଟ- ଚେନ୍ନାଇ ଉଦ୍‌ଘାଟନୀ ମ୍ୟାଚ୍‌ ମହାମୁକାବିଲା ହେବ ବୋଲି ଅନୁମାନ କରାଯାଉଛି। ସନ୍ଧ୍ୟା ୭.୩୦ରେ ଏହି ମ୍ୟାଚ ଆରମ୍ଭ ହେବାକୁ ଥିବା ବେଳେ ଷ୍ଟାର ସ୍ପୋଟର୍‌ସ ଏବଂ ଜିଓ ସିନେମାରେ ଏହାର ସିଧା ପ୍ରସାରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri