Posted inଖେଳ

ପ୍ଲେ ଅଫ୍‌ରେ ଏହି ୪ ଟିମ୍‌

ନୂଆଦିଲ୍ଲୀ,୨୨।୫: ଆଇପିଏଲ ୨୦୨୩ର ୧୬ତମ ସିଜନ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବର୍ତ୍ତମାନ ମେ’ ୨୩ରୁ ପ୍ଲେ ଅଫ୍‌ ମ୍ୟାଚ ଖେଳାଯିବ। ଚେନ୍ନାଇ ସୁପର କିଙ୍ଗ୍ସ, ଲକ୍ଷ୍ନୌ ସୁପର ଜିଆଣ୍ଟସ, ଗୁଜୁରାଟ ଟାଇଟାନ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଆଇପିଏଲ ୨୦୨୩ର ଲିଗ ପର୍ଯ୍ୟାୟ ଶେଷ ହେବା ପରେ ଗୁଜୁରାଟ ଟାଇଟାନ୍ସ ପ୍ରଥମ ସ୍ଥାନରେ ଥିବା ବେଳେ ଚେନ୍ନାଇ ସୁପର କିଙ୍ଗ୍ସ ଦ୍ୱିତୀୟ, ଲକ୍ଷ୍ନୌ ସୁପର ଜଏଣ୍ଟସ ତୃତୀୟ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଚତୁର୍ଥ ନମ୍ବରରେ ରହିଛନ୍ତି। ଏଭଳି ପରିସ୍ଥିତିରେ ଗୁଜୁରାଟ ଏବଂ ଚେନ୍ନାଇ ଏବଂ ଲକ୍ଷ୍ନୌ ଏବଂ ମୁମ୍ବାଇ ମଧ୍ୟରେ ଏଲିମିନେଟର ମୁକାବିଲା ହେବ।

ତେବେ ପ୍ରଥମ କ୍ୱାଲିଫାୟର ମ୍ୟାଚ ମେ’ ୨୩ ରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ଗୁଜୁରାଟ ଟାଇଟାନ୍ସ ମଧ୍ୟରେ ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମ ଯଥା ଚେନ୍ନାଇର ଘରୋଇ ଗ୍ରାଉଣ୍ଡରେ ଖେଳାଯିବ। ଯିଏ ଏହି ମ୍ୟାଚ ଜିତିବେ, ସେ ଫାଇନାଲରେ ପ୍ରବେଶ କରିବେ। ଏଥି ସହିତ, ହାରିଥିବା ଦଳ ଫାଇନାଲକୁ ଯିବାକୁ ଆଉ ଏକ ସୁଯୋଗ ପାଇବ।

ଏହା ପରେ, ମେ’ ୨୪ରେ ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଏଲିମିନେଟର ମ୍ୟାଚ ଖେଳାଯିବ। ଏହି ମ୍ୟାଚରେ ଯିଏ ହାରିବ ସେ ବାହାରିଯିବ। ଅନ୍ୟପକ୍ଷରେ ବିଜେତା ଦଳ ପ୍ରଥମ କ୍ୱାଲିଫାୟରରେ ହାରିଥିବା ଦଳ ସହିତ ଦ୍ୱିତୀୟ କ୍ୱାଲିଫାୟର ମ୍ୟାଚ ଖେଳିବ।

ମେ’ ୨୬ରେ ପ୍ରଥମ କ୍ୱାଲିଫାୟରରେ ହରିଥିବା ଦଳ ଏବଂ ଏଲିମିନେଟର୍‌ ମ୍ୟାଚ ଜିତିଥିବା ଦଳ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଦ୍ୱିତୀୟ କ୍ୱାଲିଫାୟର ଖେଳିବ। ଅନ୍ୟପକ୍ଷରେ, ମେ’ ୨୮ରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ପ୍ରଥମ କ୍ୱାଲିଫାୟର ଦଳର ବିଜେତା ଦଳ ଏବଂ ଦ୍ୱିତୀୟ କ୍ୱାଲିଫାୟର ଦଳର ବିଜେତା ଦଳ ମଧ୍ୟରେ ଫାଇନାଲ ମ୍ୟାଚ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri