Posted inଖେଳ

ପଞ୍ଚମ ବିଜୟ ସହ ଦ୍ୱିତୀୟରେ ସନ୍‌ରାଇଜର୍ସ

ନୂଆଦିଲ୍ଲୀ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶନିବାର ଅନୁଷ୍ଠିତ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦ ୬୭ ରନରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ୭ ମ୍ୟାଚରୁ ୫ମ ବିଜୟ ସହ ହାଇଦ୍ରାବାଦ ପଏଣ୍ଟ ଟେବୁଲର ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଛି। ଏକାଧିକ ରେକର୍ଡ ବିଶିଷ୍ଟ ମ୍ୟାଚରେ ସନ୍‌ରାଇଜର୍ସ ୨୦ ଓଭରରେ ୭ ଉଇକେଟ ହରାଇ ୨୬୬ ରନ କରିଥିଲା।

୨୬୭ ରନ ବିଜୟ ଲକ୍ଷ୍ୟରେ ଦିଲ୍ଲୀ କ୍ୟାପିଟାଲ୍ସ ୧୯.୧ ଓଭରରେ ୧୯୯ ରନକରି ଅଲ୍‌ଆଉଟ ହୋଇ ଯାଇଥିଲା। ୧୫ ବଲ୍‌ରୁ ଅର୍ଦ୍ଧଶତକ ପୂରଣ କରିଥିବା ଜ୍ୟାକ ଫ୍ରାସର-ମ୍ୟାକଗ୍ରୁକ୍‌ ୧୮ ବଲ୍‌ରୁ ୬୫ (୫ ଚୌକା, ୭ ଛକା) ରନ କରିଥିଲେ ହେଁ ଅନ୍ୟ କୌଣସି ବ୍ୟାଟର ସେପରି ଦ୍ରୁତ ହାରରେ ରନ ସଂଗ୍ରହ କରିପାରି ନ ଥିଲେ। ଅଧିନାୟକ ରିଷଭ ପନ୍ତ ୩୫ ବଲ୍‌ରୁ ୪୪, ଅଭିଷେକ ପୋରେଲ ୨୨ ବଲ୍‌ରୁ ୪୨ ରନର ଯୋଗଦାନ ଦେଇଥିବାବେଳେ ଅନ୍ୟମାନେ ବିଫଳ ହୋଇଥିଲେ।

ସନ୍‌ରାଇଜର୍ସ ପକ୍ଷରୁ ଟି. ନଟରାଜନ ସର୍ବାଧିକ ୪ଟି, ମୟଙ୍କ ମାର୍କଣ୍ଡେ ଓ ନୀତୀଶ କୁମାର ରେଡ୍ଡୀ ୨ଟି ଲେଖାଏ ଏବଂ ଓ୍ବାଶିଂଟନ ସୁନ୍ଦର ଓ ଭୁବନେଶ୍ୱର କୁମାର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri