Posted inଖେଳ

IPL 2024: ଏହି ତାରିଖରୁ ଆରମ୍ଭ ହୋଇପାରେ ଆଇପିଏଲ୍‌, ଅଧ୍ୟକ୍ଷ ଦେଲେ ସୂଚନା…

ନୂଆଦିଲ୍ଲୀ,୨୦।୨: ମାର୍ଚ୍ଚ ୨୨ରୁ ଆରମ୍ଭ ହୋଇପାରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ । ଲୋକ ସଭା ନିର୍ବାଚନ ଥିବା ସତ୍ତ୍ୱେ ଏହାର ଆୟୋଜନ ଦେଶରେ ହେବ ବୋଲି ମଙ୍ଗଳବାର ଆଇପିଏଲ୍‌ ଅଧ୍ୟକ୍ଷ ଅରୁଣ ଧୁମଲ କହିଛନ୍ତି। ତେବେ ଏନେଇ ବିଧିବଦ୍ଧ ଘୋଷଣାକୁ ଅପେକ୍ଷା ରହିଛି।

ଆଇପିଏଲ୍‌ ନେଇ ସୂଚନା ଦେଇ ଧୁମଲ କହିଛନ୍ତି, ପ୍ରାରମ୍ଭରେ ଏହି ଲିଗ୍‌ର କେବଳ ପ୍ରଥମ ୧୫ ଦିନର କାର୍ଯ୍ୟସୂଚୀ ଘୋଷଣା କରାଯିବ। ବାକି ମ୍ୟାଚ୍‌ର ଘୋଷଣା ସାଧାରଣ ନିର୍ବାଚନ ତାରିଖ ଘୋଷଣା ହେବା ପରେ ହେବ। ତେବେ ନିର୍ବାଚନର ତାରିଖ ଘୋଷଣା ଆସନ୍ତା ମାସ ପ୍ରଥମ ସପ୍ତାହରେ ହେବାର ସମ୍ଭାବନା ରହିଛି। ଏଣୁ ଟୁର୍ନାମେଣ୍ଟକୁ ମାର୍ଚ୍ଚ ୨୨ରୁ ଆରମ୍ଭ କରିବାକୁ ଯୋଜନା କରାଯାଉଛି। ସରକାରୀ ଏଜେନ୍ସିଂଗୁଡ଼ିକ ସହ ମିଶି ଆମେ କାମ କରୁଛୁ। ପ୍ରଥମେ ଆମେ ପ୍ରାରମ୍ଭିକ କାର୍ଯ୍ୟକ୍ରମ ଜାରି କରିବୁ। ପୁରା ଟୁର୍ନାମେଣ୍ଟ ଭାରତରେ ହିଁ ଆୟୋଜିତ ହେବ ବୋଲି ସେ କହିଛନ୍ତି।

କହିରଖୁଛୁ, ପୂର୍ବରୁ ୨୦୦୯ରେ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଆଇପିଏଲ୍‌ର ସମ୍ପୂର୍ଣ୍ଣ ମ୍ୟାଚ୍‌ର ଆୟୋଜନ ଦକ୍ଷିଣ ଆଫ୍ରିକାରେ କରାଯାଇଥିଲା। ସେହିଭଳି ୨୦୧୪ରେ କିଛି ମ୍ୟାଚ୍‌ର ଆୟୋଜନ ୟୁଏଇରେ ହୋଇଥିଲା। ପରେ ୨୦୧୮ରେ ସାଧାରଣ ନିର୍ବାଚନକୁ ନେଇ ଲିଗ୍‌ ଭାରତରେ ଅନୁଷ୍ଠିତ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri