Posted inଖେଳ

ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖରାପ ଖବର, ଏହି ଗୁରୁତ୍ୱପୂର୍ଣ୍ଣ ଖେଳାଳିଙ୍କ ଫେରିବା କଷ୍ଟକର

ନୂଆଦିଲ୍ଲୀ,୨୮।୩: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟ ପରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଆଉ ଏକ ଖରାପ ଖବର ଆସିଛି। ଦଳର ଷ୍ଟାର ବ୍ୟାଟର ସୂର୍ଯ୍ୟକୁମାର ଯାଦବ ଏ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଫିଟ ନୁହଁନ୍ତି। ଏଭଳି ପରିସ୍ଥିତିରେ ସେ ଆଉ କିଛିି ମ୍ୟାଚ ଖେଳି ପାରିବେ ନାହିଁ। ଅବଶ୍ୟ ଏହି ଖବର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଟେନସନକୁ ବଢାଇବାକୁ ଯାଉଛି, କାରଣ ଏ ପର୍ଯ୍ୟନ୍ତ ମୁମ୍ବାଇ ଏହି ସିଜନରେ ବିଜୟର ଖାତା ଖୋଲି ପାରିନାହିଁ।

ସୂର୍ଯ୍ୟକୁମାର ଯାଦବ ସର୍ଜରୀରୁ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ନାହାଁନ୍ତି ଏବଂ ଆଇପିଏଲର ଆଉ କିଛି ମ୍ୟାଚ ଖେଳି ପାରିବେ ନାହିଁ । ତେବେ ନ୍ୟାଶନାଲ କ୍ରିକେଟ ଏକାଡେମୀ (ଏନସିଏ) ତାଙ୍କ ପୁନରୁଦ୍ଧାର ଉପରେ ନଜର ରଖିଛି। ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖେଳୁଥିବା ସୂର୍ଯ୍ୟକୁମାର ଚଳିତ ସିଜନରେ ଏ ପର୍ଯ୍ୟନ୍ତ କୌଣସି ମ୍ୟାଚ ଖେଳିପାରି ନାହାଁନ୍ତି ଏବଂ ତାଙ୍କ ଦଳ ଉଭୟ ମ୍ୟାଚରେ ପରାଜୟର ସମ୍ମୁଖୀନ ହୋଇଛନ୍ତି।

ବିସିସିଆଇ ସୂତ୍ରରୁ ପ୍ରକାଶ ଯେ ସୂର୍ଯ୍ୟକୁମାର ଭଲ ହେଉଛନ୍ତି ଏବଂ ଖୁବ୍‌ଶୀଘ୍ର ଦଳକୁ ପ୍ରତ୍ୟାବର୍ତ୍ତନ କରିବେ। ତେବେ ପ୍ରଥମ ଦୁଇଟି ମ୍ୟାଚରେ ନ ଖେଳି ପାରିବା ପରେ ତାଙ୍କୁ ହୁଏତ ଆଉ କିଛି ମ୍ୟାଚ୍ରୁ ଦୂରେଇ ରହିବାକୁ ପଡିପାରେ।

 


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚଙ୍କ ଆମରଣ ଅନଶନ ଚେତାବନୀ ପରେ ଆତ୍ମାହୁତି ଚେତାବନୀ, ପ୍ରଶାସନର ତତ୍ପରତା

ହାଟଡିହୀ/ଛେନାପଦୀ, ୭।୮ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ସରପଞ୍ଚଙ୍କ ଆମରଣ ଅନଶନ ପରେ ଆତ୍ମାହୁତି ଚେତାବନୀକୁ ନେଇ ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି। ଏହି ଘଟଣା ଏବେ…

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

ପ୍ରଦୀପଙ୍କୁ ସ୍ବାବଲମ୍ବୀ କରିଛି ଡ୍ରାଗନ ଫ୍ରୁଟ ଚାଷ

ଜି.ଉଦୟଗିରି,୭ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରି ବଜାର ଫୁଟପାଥରେ ଡ୍ରାଗନ ଫ୍ରୁଟ ବିକ୍ରି ହେଉଛି। ଏହାର କିଲୋ ୨୦୦ ଟଙ୍କା ରହିଥିଲେ ମଧ୍ୟ ଗ୍ରାହକଙ୍କ…

ପୂର୍ବତନ ବିଧାୟକ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ ଙ୍କ ଶ୍ରାଦ୍ଧ ଦିବସ: ଗଣ୍ୟମାନ୍ୟ ବ୍ୟକ୍ତିଙ୍କ ଶ୍ରଦ୍ଧାଞ୍ଜଳି         

ଦିଗପହଣ୍ଡି,୭|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମରେ ସ୍ଵାଧୀନତା ସଂଗ୍ରାମୀ ବିଶିଷ୍ଟ କମ୍ୟୁନିଷ୍ଟ ନେତା ପୂର୍ବତନ ବିଧାୟକ ସ୍ବର୍ଗତ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ…

କେସିଙ୍ଗାର ଯୁବ ପ୍ରତିଭା, ସାମାଜିକ କର୍ମୀ ରମେଶ କୁମାର ଜେନାଙ୍କ ଅକାଳ ବିୟୋଗ: ଝୁରୁଛି ଗାଁ ମାଟି

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୧୧ ନମ୍ବର ୱାର୍ଡର ଅନନ୍ତ ରାମ ଜେନାଙ୍କ ପୁତ୍ର ତଥା ସଜନୀ ଜେନାଙ୍କ ସୁପୁତ୍ର ରମେଶ…

ରାକ୍ଷୀପୂର୍ଣ୍ଣିମାରେ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୭।୮ ରାକ୍ଷୀପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳାମାନଙ୍କୁ ‘ସୁଭଦ୍ରା’ ଯୋଜନାର ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଜୁଲାଇ ୨୫…

ବୁଧ ଓ ମଙ୍ଗଳଙ୍କ ଶୁଭ ଯୋଗ! ଭାଗ୍ୟ ନେବ ମୋଡ଼, ୮ ଅଗଷ୍ଟରୁ ୪ ରାଶିକୁ ମିଳିବ ବଡ଼ ଲାଭ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ଅଗଷ୍ଟ ୮ ତାରିଖ ଅପରାହ୍ନରେ ଏକ ବିଶେଷ ମହାଜାଗତିକ ଘଟଣା ଘଟିବାକୁ ଯାଉଛି । ଏହି ଦିନ ବୁଧ ଏବଂ ମଙ୍ଗଳଙ୍କ…

କଷ୍ଟ ସହି ନ ପାରି କରିଥିଲେ ଆତ୍ମହତ୍ୟା: ୪ ବର୍ଷ ପରେ ଦୁଇ ଅଭିଯୁକ୍ତ ଗିରଫ

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନା କେସ୍ ନଂ-୪୩, ତାରିଖ ୧୫.୦୩.୨୦୨୨ରେ ରୁଜୁ ହୋଇଥିବା ୪ ବର୍ଷ ପୁରୁଣା ଏକ ଚର୍ଚ୍ଚିତ ମାମଲାରେ ଘସିପୁରା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri