Posted inଖେଳ

ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖରାପ ଖବର, ଏହି ଗୁରୁତ୍ୱପୂର୍ଣ୍ଣ ଖେଳାଳିଙ୍କ ଫେରିବା କଷ୍ଟକର

ନୂଆଦିଲ୍ଲୀ,୨୮।୩: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟ ପରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଆଉ ଏକ ଖରାପ ଖବର ଆସିଛି। ଦଳର ଷ୍ଟାର ବ୍ୟାଟର ସୂର୍ଯ୍ୟକୁମାର ଯାଦବ ଏ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଫିଟ ନୁହଁନ୍ତି। ଏଭଳି ପରିସ୍ଥିତିରେ ସେ ଆଉ କିଛିି ମ୍ୟାଚ ଖେଳି ପାରିବେ ନାହିଁ। ଅବଶ୍ୟ ଏହି ଖବର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଟେନସନକୁ ବଢାଇବାକୁ ଯାଉଛି, କାରଣ ଏ ପର୍ଯ୍ୟନ୍ତ ମୁମ୍ବାଇ ଏହି ସିଜନରେ ବିଜୟର ଖାତା ଖୋଲି ପାରିନାହିଁ।

ସୂର୍ଯ୍ୟକୁମାର ଯାଦବ ସର୍ଜରୀରୁ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ନାହାଁନ୍ତି ଏବଂ ଆଇପିଏଲର ଆଉ କିଛି ମ୍ୟାଚ ଖେଳି ପାରିବେ ନାହିଁ । ତେବେ ନ୍ୟାଶନାଲ କ୍ରିକେଟ ଏକାଡେମୀ (ଏନସିଏ) ତାଙ୍କ ପୁନରୁଦ୍ଧାର ଉପରେ ନଜର ରଖିଛି। ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖେଳୁଥିବା ସୂର୍ଯ୍ୟକୁମାର ଚଳିତ ସିଜନରେ ଏ ପର୍ଯ୍ୟନ୍ତ କୌଣସି ମ୍ୟାଚ ଖେଳିପାରି ନାହାଁନ୍ତି ଏବଂ ତାଙ୍କ ଦଳ ଉଭୟ ମ୍ୟାଚରେ ପରାଜୟର ସମ୍ମୁଖୀନ ହୋଇଛନ୍ତି।

ବିସିସିଆଇ ସୂତ୍ରରୁ ପ୍ରକାଶ ଯେ ସୂର୍ଯ୍ୟକୁମାର ଭଲ ହେଉଛନ୍ତି ଏବଂ ଖୁବ୍‌ଶୀଘ୍ର ଦଳକୁ ପ୍ରତ୍ୟାବର୍ତ୍ତନ କରିବେ। ତେବେ ପ୍ରଥମ ଦୁଇଟି ମ୍ୟାଚରେ ନ ଖେଳି ପାରିବା ପରେ ତାଙ୍କୁ ହୁଏତ ଆଉ କିଛି ମ୍ୟାଚ୍ରୁ ଦୂରେଇ ରହିବାକୁ ପଡିପାରେ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri