Posted inଖେଳ

ଅବଶିଷ୍ଟ ମ୍ୟାଚଗୁଡିକର କାର୍ଯ୍ୟସୂଚୀ ପ୍ରକାଶ: ଜାଣନ୍ତୁ କେବେ, କେଉଁଠାରେ ଖେଳାଯିବ ଆଇପିଏଲ ଫାଇନାଲ ମ୍ୟାଚ

ନୂଆଦିଲ୍ଲୀ,୨୫।୩: ଆଇପିଏଲ ୨୦୨୪ ସିଜିନ ଆରମ୍ଭ ହୋଇଛି । ଲୋକ ସଭା ନିର୍ବାଚନ ହେତୁ ବିସିସିଆଇ ଆଇପିଏଲର ୧୭ ତମ ସିଜିନର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ପ୍ରକାଶ କରି ନ ଥିଲା। କିନ୍ତୁ ବର୍ତ୍ତମାନ ବୋର୍ଡ ପରବର୍ତ୍ତୀ କାର୍ଯ୍ୟସୂଚୀ ପ୍ରକାଶ କରିଛି। ୧୭ତମ ସଂସ୍କରଣର ଫାଇନାଲ ମେ’ ୨୬ରେ ଚେନ୍ନାଇର ଚେପାକ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଏବଂ ଦ୍ୱିତୀୟ କ୍ୱାଲିଫାୟାର ମ୍ୟାଚ ମଧ୍ୟ ମେ ୨୪ରେ ଉକ୍ତ ସହରରେ ଖେଳାଯିବ। ଏଥି ସହିତ ପ୍ରଥମ କ୍ୱାଲିଫାୟାର ମ୍ୟାଚ ୨୧ ମେ’ ଏବଂ ଏଲିମେଟର ମ୍ୟାଚ ୨୨ ମେ’ରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ।

ବିସିସିଆଇ ପ୍ରଥମ ପର୍ଯ୍ୟାୟ ପାଇଁ ୨୧ଟି ମ୍ୟାଚର କାର୍ଯ୍ୟସୂଚୀ ଘୋଷଣା କରିଥିଲା, ଯାହାର ପ୍ରଥମ ମ୍ୟାଚ ମାର୍ଚ୍ଚ ୨୨ରେ ଖେଳାଯାଇଥିଲା । ଆଇପିଏଲ ୨୦୨୪ର ପ୍ରଥମ ପର୍ଯ୍ୟାୟର ଶେଷ ମ୍ୟାଚ ୭ ଏପ୍ରିଲରେ ଖେଳାଯିବ। ଏହି ସମୟ ମଧ୍ୟରେ ବୋର୍ଡ ପରବର୍ତ୍ତୀ କାର୍ଯ୍ୟସୂଚୀ ପ୍ରକାଶ କରିଛି। ଆଇପିଏଲ ୨୦୨୪ରେ ଜଡିତ ୧୦ଟି ଦଳକୁ ଦୁଇଟି ଦଳରେ ବିଭକ୍ତ କରାଯାଇଛି। ଗ୍ରୁପ ଏରେ ମୁମ୍ବାଇ ଇଣ୍ଡିଆନ୍ସ, କୋଲକାତା ନାଇଟ ରାଇଡର୍ସ, ରାଜସ୍ଥାନ ରୟାଲ୍ସ, ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ଥିବାବେଳେ ଗ୍ରୁପ ବିରେ ଚେନ୍ନାଇ ସୁପର କିଙ୍ଗ୍ସ, ସନରାଇଜର୍ସ ହାଇଦ୍ରାବାଦ, ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ, ପଞ୍ଜାବ କିଙ୍ଗସ୍‌ ଏବଂ ଗୁଜରାଟ ଟାଇଟାନ୍ସ ଅନ୍ତର୍ଭୁକ୍ତ। ଉଭୟ ଦଳର ସମସ୍ତ ଦଳ ମଧ୍ୟରେ ପ୍ରତ୍ୟେକ ଗୋଟିଏ ମ୍ୟାଚ ଖେଳାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri