Posted inଖେଳ

ଲକ୍ଷ୍ନୌ ସୁପର୍‌ ଜିଆଣ୍ଟସ୍‌ ହାତ ଛାଡିଲେ ଗମ୍ଭୀର, ଆଇପିଏଲରେ ୨ ଥର ଚାମ୍ପିୟନ କରାଇଥିବା ଦଳକୁ କଲେ ପ୍ରତ୍ୟାବର୍ତ୍ତନ

ନୂଆଦିଲ୍ଲୀ,୨୨।୧୧: ଗୌତମ ଗମ୍ଭୀର କୋଲକାତା ନାଇଟ ରାଇଡର୍ସକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଶାହାରୁଖ ଖାନଙ୍କ ଦଳ କେକେଆର ଗୌତମ ଗମ୍ଭୀରଙ୍କୁ ଆଇପିଏଲ ୨୦୨୪ପାଇଁ ଏହାର ପରାମର୍ଶଦାତା ଭାବରେ ନିଯୁକ୍ତ କରିଛି। କୋଲକାତା ନାଇଟ ରାଇଡର୍ସ ଏ ପର୍ଯ୍ୟନ୍ତ ଆଇପିଏଲରେ ମାତ୍ର ଦୁଇଥର ଟ୍ରଫି ଜିତିଛି ଏବଂ ୨ ଥର ଦଳର ଅଧିନାୟକ ଗୌତମ ଗମ୍ଭୀର ଥିଲେ। ଆଇପିଏଲରେ ଗୌତମ ଗମ୍ଭୀରଙ୍କ ସଫଳତମ ଦଳ ହେଉଛି କୋଲକାତା ନାଇଟ ରାଇଡର୍ସ। ସେ ବହୁ ବର୍ଷ ଧରି ଏହି ଦଳର ଅଧିନାୟକ ହୋଇଥିଲେ ଏବଂ ଆଇପିଏଲ ୨୦୧୨ ଏବଂ ଆଇପିଏଲ ୨୦୧୪ରେ ଟାଇଟଲ ଜିତି କେକେଆରକୁ ଦୁଇ ଥର ଚାମ୍ପିୟନ ମଧ୍ୟ କରାଇଥିଲେ।

ଭାରତୀୟ କ୍ରିକେଟ ଦଳର ଏହି ପୂର୍ବତନ ବ୍ୟାଟ୍ସମ୍ୟାନ ଆଇପିଏଲ ୨୦୧୧ ରୁ ଆଇପିଏଲ ୨୦୧୭ ପର୍ଯ୍ୟନ୍ତ କୋଲକାତା ନାଇଟ ରାଇଡର୍ସ ପାଇଁ କ୍ରିକେଟ ଖେଳିଥିଲେ, କିନ୍ତୁ ସେ ଆଇପିଏଲ ୨୦୧୮ରେ ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ଫେରିଥିଲେ, ଏହା ପରେ ସେ ମଧ୍ୟ ଆଇପିଏଲରୁ ଅବସର ନେଇଥିଲେ। ବର୍ତ୍ତମାନ ଗୌତମ ଗମ୍ଭୀର ଟିମ ସହିତ ଆଇପିଏଲରେ ଜଣେ ମେଣ୍ଟର ଭାବରେ ରହିଛନ୍ତି। ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌, ଆଇପିଏଲ ୨୦୨୨ର ନୂତନ ଦଳ ଭାବେ ଆସିଥିବା ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ନିଜର ଆରମ୍ଭ ଗୌତମ ଗମ୍ଭୀରଙ୍କ ସହ କରିଥିଲା, କିନ୍ତୁ ସେ ସେଠାରେ ଅଧିକ ସମୟ ରହିପାରିଲେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?