Posted inଖେଳ

ଇନଷ୍ଟାଗ୍ରାମରୁ ପରସ୍ପରକୁ ଅନଫଲୋ କଲେ ହାର୍ଦ୍ଦିକ-ରୋହିତ, ଜାଣନ୍ତୁ ଭାଇରାଲ ଦାବିର ସତ୍ୟତା…

ନୂଆଦିଲ୍ଲୀ,୮।୨: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୪ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ଅନେକ ପରିବର୍ତ୍ତନ ହୋଇଛି। ରୋହିତ ଶର୍ମାଙ୍କୁ ଅଧିନାୟକ ପଦରୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଦାୟିତ୍ୱ ଦିଆଯାଇଛି। ପାଣ୍ଡ୍ୟାଙ୍କୁ ଗୁଜରାଟ ଟାଇଟାନ୍ସରୁ ମୁମ୍ବାଇ ଅଣାଯାଇଛି। ଦଳ ପରିଚାଳନାର ଏହି ନିଷ୍ପତ୍ତି ପରେ ବିବାଦ ବୃଦ୍ଧି ପାଇଛି। ବର୍ତ୍ତମାନ ଦାବି କରାଯାଉଛି ଯେ, ରୋହିତ ଏବଂ ହାର୍ଦ୍ଦିକ ଇନଷ୍ଟାଗ୍ରାମରୁ ପରସ୍ପରକୁ ଅନଫଲୋ କରିଦେଇଛନ୍ତି।

ବାସ୍ତବରେ ସୋସିଆଲ ମିଡିଆରେ ଦାବି ହେଉଛି ଯେ ହାର୍ଦ୍ଦିକ ଏବଂ ରୋହିତ ଇନଷ୍ଟାଗ୍ରାମରୁ ପରସ୍ପରକୁ ଅନଫଲୋ କରିଦେଇଛନ୍ତି। ଏହି ଦାବିର ସତ୍ୟତା ଜାଣିବା ପାଇଁ, ଉଭୟଙ୍କ ପ୍ରୋଫାଇଲ ଯାଞ୍ଚ କରାଯାଇଥିଲା। ହେଲେ ରୋହିତ ଏବଂ ହାର୍ଦ୍ଦିକ ଇନଷ୍ଟାଗ୍ରାମରେ ପରସ୍ପରକୁ ଅନଫଲୋ କରିନାହାନ୍ତି। କିନ୍ତୁ ଦୁହେଁ ପରସ୍ପରକୁ ଫଲୋ କରିଥିଲେ କି ନାହିଁ ତାହା ଜଣାପଡିନାହିଁ। ସୋସିଆଲ ମିଡିଆରେ ଏକ ସ୍କ୍ରିନସଟ ଶେୟାର କରାଯାଇଛି । ଏଥିରେ ରିତିକା ସଜଦେହ ଏବଂ ପାଣ୍ଡ୍ୟାଙ୍କ ପ୍ରୋଫାଇଲ ଶେୟାର କରାଯାଇଛି। ଉଭୟେ ପୂର୍ବରୁ ପରସ୍ପରକୁ ଫଲୋ କରିଥିଲେ, କିନ୍ତୁ ଏବେ ଅନଫଲୋ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ଯୁଦ୍ଧବିରତି ପରେ ଇରାନର ସୁପ୍ରିମ ଲିଡର୍‌ ମୋଜତାବା ଖାମେନେଇଙ୍କ ଭୟଙ୍କର ବୟାନ, ଆମେରିକା-ଇସ୍ରାଏଲ ଶୁଣିଲେ…

ତେହରାନ୍‌,୧୦।୪: ଆମେରିକା ସହିତ ଯୁଦ୍ଧବିରତି ପରେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ତାଙ୍କର ପ୍ରଥମ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri