Posted inଖେଳ

ଯେସାକୁ ତେସା କରିଦେଖାଇଲେ କୋହଲି

ନୂଆଦିଲ୍ଲୀ,୧୦।୫: ଆଇପିଏଲ ୨୦୨୪ର ୫୮ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଖେଳାଯାଇଥିଲ। ବେଙ୍ଗାଲୁରୁ ପଞ୍ଜାବ ବିପକ୍ଷରେ ଅତି ସହଜରେ ଏବଂ ବିପୁଳ ବ୍ୟବଧାନରେ ଜିତିଥିଲା। ଏଥିରେ ବିରାଟ କୋହଲି ରୟାଲ ଚ୍ୟାଲେଞ୍ଜର୍ସ ପାଇଁ ଚମତ୍କାର ବ୍ୟାଟିଂ କରିଥିବାବେଳେ ରିଲେ ରୋସୋ ପଞ୍ଜାବ କିଙ୍ଗ୍ସ ପାଇଁ ମଧ୍ୟ ଚମତ୍କାର ବ୍ୟାଟିଂ କରିଥିଲେ। କିନ୍ତୁ ଆଲୋଚନାର ବିଷୟ ଉଭୟଙ୍କ ସେଲିବ୍ରେସନ ଥିଲା। ବିରାଟ କୋହଲି ନିଜ ଶୈଳୀରେ ରିଏଲ ରୋସୋଙ୍କ ସେଲିବ୍ରେସନ୍‌କୁ ଜବାବ ଦେଇଥିଲେ।
ତାଙ୍କ ଇନିଂସ ସମୟରେ ଅର୍ଦ୍ଧଶତକ ପୂରଣ କରିବା ପରେ, ରୋସୋ ବ୍ୟାଟ୍କୁ ବନ୍ଧୁକ ଭଳି ଉପରକୁ ଦେଖାଇଥିଲେ। ସେ ଆଉଟ୍‌ ପରେ କୋହଲି ମଧ୍ୟ ସେଭଳି ସେଲିବ୍ରେସନ୍‌ କରିଥିଲେ।ଏହି ଦୃଶ୍ୟ ପଡ଼ିଆରେ ବହୁତ ରୋମାଞ୍ଚକର ଥିଲା।
ବେଙ୍ଗାଲୁରୁ ବିପକ୍ଷରେ ରିଏଲ ରୋସୋଙ୍କ ବିସ୍ଫୋରକ ଇନିଂସ
ପଞ୍ଜାବ ପାଇଁ ଟାର୍ଗେଟକୁ ପିଛା କରିବା ବେଳେ ରିଏଲ ରୋସୋ ଚମତ୍କାର ବ୍ୟାଟିଂ କରିଥିଲେ। ସେ ୨୨୫.୯୩ର ଷ୍ଟ୍ରାଇକ ରେଟ୍‌ରେ ୨୭ ବଲରେ ୬୧ ରନ ସ୍କୋର କରିଥିଲେ। ଏଥିରେ ସେ ୯ ଚୌକା ଏବଂ ୩ ଛକା ମାରିଥିଲେ।
ବିରାଟ କୋହଲିଙ୍କ ବ୍ୟାଟିଂ ମଧ୍ୟ ବିସ୍ଫୋରକ ଥିଲା। ସେ ୧୯୫.୭୪ର ଷ୍ଟ୍ରାଇକ ରେଟ୍‌ରେ ୪୭ ବଲରେ ୯୨ ରନ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri