Posted inଖେଳ

ରୋମାଞ୍ଚକର ମୁକାବିଲାରେ ପଞ୍ଜାବକୁ ୩ ୱିକେଟରେ ପରାସ୍ତ କଲା ରାଜସ୍ଥାନ

ଚଣ୍ଡୀଗଡ଼,୧୩ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଶନିବାର ଏକ ଲୋ ସ୍କୋରିଂ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗ୍ସକୁ ୩ ଉଇକେଟରେ ହରାଇ ପଞ୍ଚମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ପ୍ରଥମେ ବ୍ୟାଟିଂ କରି ପଞ୍ଜାବ ୮ ଉଇକେଟରେ ୧୪୭ ରନ୍‌ କରିଥିଲା। ଜବାବରେ ରାଜସ୍ଥାନ ୧୯.୫ ଓଭରରେ ୭ ଉଇକେଟ ହରାଇ ୧୫୨ ରନ୍‌ କରିଥିଲା।

ମୁଲାନପୁରର ଧୀମା ପିଚ୍‌ରେ ରାଜସ୍ଥାନ ଟସ୍‌ ଜିତି ପ୍ରଥମେ ଫିଲ୍ଡିଂ ନେଇଥିଲା। ରୟାଲ୍ସ ସ୍ପିନର ମାନେ ମ୍ୟାଚ୍‌କୁ ନିୟନ୍ତ୍ରଣରେ ରଖିଥିଲେ। କେଶବ ମହାରାଜ ୨ ଉଇକେଟ ନେଇଥିବା ବେଳେ ପଞ୍ଜାବ ୫୨ ରନ୍‌ରେ ୪ ଉଇକେଟ ହରାଇଥିଲା। ଜୀତେଶ ଶର୍ମା ୨୯ ଓ ଲିଆମ୍‌ ଲିଭିଙ୍ଗଷ୍ଟୋନ ୨୧ ରନ୍‌ କରି ଇନିଂସ ସମ୍ଭାଳିଥିଲେ। ଶେଷ ଭାଗରେ ଇମ୍ପାକ୍ଟ ସବଷ୍ଟିଚ୍ୟୁଟ୍‌ ଆସିଥିବା ଆଶୁତୋଷ ଶର୍ମା ୧୬ ବଲରୁ ୩୧ ରନ କରିଥିଲେ। ଆଶୁତୋଷଙ୍କ ଇନିଂସରେ ୧ ଚୌକା ଓ ୩ ଛକା ସାମିଲ ଥିଲା।

ରାଜସ୍ଥାନ ପକ୍ଷରୁ କେଶବ ମହାରାଜ ଓ ଆଭେଶ ଖାନ୍‌ ୨ଟି ଲେଖାଏ, ଟ୍ରେଣ୍ଟ ବୋଲ୍ଟ, କୁଲଦୀପ ସେନ ଓ ୟୁଜବେନ୍ଦ୍ର ଚହଲ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ୧୪୯ ରନ୍‌ ଜବାବରେ ରାଜସ୍ଥାନ ପ୍ରଥମ ଉଇକେଟରେ ୫୬ ରନ୍‌ ଯୋଡିଥିଲା। ଯଶସ୍ବୀ ଜୟସ୍ବାଲ ୩୯, ତନୁଷ କୋଟିଆନ ୨୪, ସଞ୍ଜୁ ସାମସନ୍‌ ୧୮ ଓ ରିୟାନ ପରାଗ୨୩ ରନ୍‌ କରିଥିଲେ।

ଅନ୍ତିମ ୨ ଓଭରରେ ବିଜୟ ପାଇଁ ୨୦ ରନ୍‌ ଆବଶ୍ୟକ ଥିବା ବେଳେ ରୋଭମାନ ପାଓ୍ବେଲ ୫ ବଲ୍‌ ୧୧ ଓ ସିମରନ୍‌ ହେଟମେୟର ୧୦ ବଲରୁ ଅପରାଜିତ୨୭ ରନ୍‌ କରି ଜିତାଇଥିଲେ। ହେଟମେୟଙ୍କେ ଇନିଂସରେ ୧ ଚୌକା ଓ ୩ ଛକା ସାମିଲ ଥିଲା। ପଞ୍ଜାବ କିଙ୍ଗ୍ସ ପକ୍ଷରୁ କାଗିସୋ ରାବାଡା, ସାମ୍‌ କୁରାନ୍‌ ୨ଟି ଲେଖାଏ ହର୍ଷଲ ପଟେଲ, ଲିଆମ୍‌ ଲିଭିଙ୍ଗଷ୍ଟୋନ ଓ ଅର୍ଶଦୀପ ସିଂ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ଗୋଟିଏ ମିନିଟରେ ଟିକେଟ ରେଜିଷ୍ଟ୍ରେଶନ ଶେଷ! IND vs WI ମ୍ୟାଚ ପାଇଁ ପ୍ରବଳ ଉତ୍ସାହ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଦିନିକିଆ (ODI) ସିରିଜ ପାଇଁ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି, କାରଣ ଏଥିରେ ରୋହିତ ଶର୍ମା…

୨୮ ବର୍ଷ ପରେ ପଦକ ଜିତି ଇତିହାସ ସୃଷ୍ଟି କଲେ ମୀରାବାଇ ଚାନୁ

ନୂଆଦିଲ୍ଲୀ,୨୩।୯: ମୀରାବାଇ ଚାନୁ ୨୦୨୬ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ଫାଇନାଲରେ ମୋଟ ୧୯୮ କିଲୋଗ୍ରାମ ଓଜନ ଉଠାଇ ସେ ଏହି ରୌପ୍ୟ ପଦକ ହାସଲ…

ମାତ୍ର ଗୋଟିଏ ବଲ୍‌ ବଦଳାଇଦେଲା ଦେଲା ମ୍ୟାଚ୍‌ର ଫଳାଫଳ: ଭାରତ ସପକ୍ଷରେ ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର T20 ମ୍ୟାଚ୍‌ର ଶେଷ ଓଭରରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ମ୍ୟାଚ୍‌ର ଫଳାଫଳ…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?