Posted inଖେଳ

IPL 2025: ମାଥ୍ୟୁ ମଟଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୫ା୨: ଇଂଲଣ୍ଡର ପୂର୍ବତନ ଧଳା ବଲ କୋଚ ମାଥ୍ୟୁ ମଟଙ୍କୁ ମଙ୍ଗଳବାର ଆଗାମୀ ଆଇପିଏଲ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଦଳର ସହାୟକ କୋଚ ଭାବେ ନିଯୁକ୍ତ କରାଯାଇଛି।

୫୧ ବର୍ଷୀୟ ମଟ ମୁଖ୍ୟ କୋଚ ହେମଙ୍ଗ ବଦାନୀଙ୍କୁ ସହାୟତା କରିବେ। ଗତ ବର୍ଷ ଅକ୍ଟୋବରରେ ବଦାନୀଙ୍କୁ ଦଳର ମୁଖ୍ୟ କୋଚ ନିଯୁକ୍ତ କରାଯାଇଥିଲା। ଦିଲ୍ଲୀ ଫ୍ରାଞ୍ଚାଇଜିର ସପୋର୍ଟ ଷ୍ଟାଫ ଦଳରେ କ୍ରିକେଟର ନିର୍ଦ୍ଦେଶକ ଭାବେ ଭେନୁଗୋପାଳ ରାଓ ଓ ବୋଲିଂ କୋଚ ଭାବେ ମୁନାଫ ପଟେଲ ରହିଛନ୍ତି।

ପୂର୍ବତନ ଫାଷ୍ଟ-କ୍ଲାସ କ୍ରିକେଟର ୬୬ ମ୍ୟାଚରେ ୩,୫୦୦ରୁ ଊର୍ଦ୍ଧ୍ୱ ରନ୍‌ କରିଥିଲେ। ସେ ଗତ ବର୍ଷ ଜୁଲାଇରେ ଇଂଲଣ୍ଡ ଦଳର କୋଚ ପଦରୁ ଇସ୍ତଫା ଦେଇଥିଲେ। ତାଙ୍କ ମାର୍ଗଦର୍ଶନରେ ଇଂଲଣ୍ଡ ୨୦୨୨ରେ ଅଷ୍ଟ୍ରେଲିଆରେ ଟି-୨୦ ବିଶ୍ୱକପ୍‌ ଜିତି ଥିଲା।

ମଟ ପୂର୍ବରୁ ଆଇପିଏଲରେ କୋଲକାତା ନାଇଟ ରାଇଡର୍ସ (କେକେଆର) ସହିତ ସହାୟକ କୋଚ ଭାବେ କାର୍ଯ୍ୟ କରିଥିଲେ। ପ୍ରଥମ ଆଇପିଏଲ ଟାଇଟଲ ଲକ୍ଷ୍ୟରେ ଥିବା ଦିଲ୍ଲୀ କ୍ୟାପିଟାଲ୍ସ ମାର୍ଚ୍ଚ ୨୪ ତାରିଖରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (ଏଲଏସଜି) ବିପକ୍ଷ ମ୍ୟାଚରୁ ତା’ର ଅଭିଯାନ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri