Posted inଖେଳ

IPL 2025: ପ୍ରିତୀ ଜିଣ୍ଟାଙ୍କୁ ନିଜ ପୁଅର ଭିଡିଓ ଦେଖାଇଲେ ବିରାଟ କୋହଲି, ହସି ପକାଇଲେ ଅଭିନେତ୍ରୀ, ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୨୨।୪: ରବିବାର ଅନୁଷ୍ଠିତ IPL 2025 ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପଞ୍ଜାବ କିଙ୍ଗସକୁ ୭ ୱିକେଟରେ ପରାସ୍ତ କରି ପୂର୍ବ ପରାଜୟର ପ୍ରତିଶୋଧ ନେଇଛି। ମୁଲାନପୁରରେ ଅନୁଷ୍ଠିତ ଏହି ମ୍ୟାଚରେ ବିରାଟ କୋହଲି ୫୪ ବଲରେ ଅପରାଜିତ ୭୩ ରନ କରିଥିଲେ, ଯାହା ପାଇଁ ତାଙ୍କୁ ମ୍ୟାଚର ଶ୍ରେଷ୍ଠ ଖେଳାଳି ମନୋନୀତ କରାଯାଇଥିଲା। ମ୍ୟାଚ ପରେ, ପଞ୍ଜାବର ସମସ୍ତ ଖେଳାଳି ବିରାଟ କୋହଲିଙ୍କୁ ଭେଟିଥିଲେ, ଏହି ସମୟରେ ଦଳର ମାଲିକାଣୀ ପ୍ରୀତି ଜିଣ୍ଟା ମଧ୍ୟ କୋହଲିଙ୍କୁ ଅଭିନନ୍ଦନ ଜଣାଇବାକୁ ପହଞ୍ଚିଥିଲେ।
ପ୍ରୀତି ଜିଣ୍ଟା ବିରାଟ କୋହଲିଙ୍କ ପାଖରେ ପହଞ୍ଚିବା ମାତ୍ରେ କୋହଲି ତାଙ୍କ ସହ ହାତ ମିଳାଇଥିଲେ ଏବଂ ତା’ପରେ ଉଭୟଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଆଲୋଚନା ହୋଇଥିଲା। ଏହି ବୈଠକର ଅନେକ ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ସମୟରେ କୋହଲି ପ୍ରୀତି ଜିଣ୍ଟାଙ୍କୁ ତାଙ୍କ ଫୋନରେ ଥିବା ତାଙ୍କ ପିଲାମାନେ ଅକାୟ କୋହଲି ଏବଂ ଭାମିକା କୋହଲିଙ୍କ ଫଟୋ ଦେଖାଇଲେ। ପିଲାମାନଙ୍କ ଫଟୋ ଦେଖିବା ପରେ ପ୍ରୀତି ହସୁଥିବାର ଦେଖାଯାଇଥିଲା।
୧୫୮ ରନର ଟାର୍ଗେଟକୁ ପିଛା କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏହି ମ୍ୟାଚ ୭ ୱିକେଟରେ ଜିତିଥିଲା। କୋହଲି ୫୪ ବଲରେ ଅପରାଜିତ ୭୩ ରନ କରିଥିଲେ, ଏହି ଇନିଂସରେ କୋହଲି ୧ ଛକା ଏବଂ ୭ ଚୌକା ମାରିଥିଲେ। ତାଙ୍କ ବ୍ୟତୀତ ଦେବଦତ୍ତ ପାଡିକ୍କାଲ ମଧ୍ୟ ଏକ ଚମତ୍କାର ଇନିଂସ ଖେଳିଥିଲେ, ସେ ୩୫ ବଲରେ ୪ଟି ଛକା ଏବଂ ୫ଟି ଚୌକା ସହାୟତାରେ ୬୧ ରନ କରିଥିଲେ। ଏହାର ଦୁଇ ଦିନ ପୂର୍ବରୁ, ଉଭୟ ଦଳ ବେଙ୍ଗାଲୁରୁରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ପଞ୍ଜାବ ବେଙ୍ଗାଲୁରୁକୁ ପରାସ୍ତ କରିଥିଲା।
ବିରାଟ କୋହଲି ଡିସେମ୍ବର ୨୦୧୭ରେ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ ବିବାହ କରିଥିଲେ। ଜାନୁଆରୀ ୨୦୧୧ରେ ଅନୁଷ୍କା ଏକ ଝିଅ (ଭାମିକା କୋହଲି)କୁ ଜନ୍ମ ଦେଇଥିଲେ। ଗତ ବର୍ଷ ଫେବୃଆରୀ ୧୫ ତାରିଖରେ ଅନୁଷ୍କା ଏକ ପୁଅ (ଅକାୟ କୋହଲି)ଙ୍କୁ ଜନ୍ମ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri