Posted inଖେଳ

IPL 2026 ନିଲାମ: ଜାଣନ୍ତୁ କିଏ ରହିଲେ ଅନ୍‌ ସୋଲ୍ଡ

ଆବୁଧାବି,୧୬।୧୨: IPL 2026 ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିଆ ଅଲ୍‌ରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ସର୍ୱାଧିକ ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ ସେ ମିନି ଅକ୍ସନରେ ଗ୍ରୀନ IPL ଇତିହାସର ସବୁଠାରୁ ମହଙ୍ଗା ବିଦେଶୀ ଖେଳାଳି ହୋଇଛନ୍ତି। ହେଲେ ଭାରତୀୟ ବ୍ୟାଟର ପୃଥ଼୍ବୀ ଶ’ ଆଇପିଏଲ ନିଲାମର ପ୍ରଥମ ପର୍ଯ୍ୟାୟରେ ଅନ୍‌ ସୋଲ୍ଡ ରହିଛିନ୍ତି। ତାଙ୍କର ବେସ୍‌ ପ୍ରାଇସ୍‌ 7.5 ମିଲିୟନ ଟଙ୍କା ଥିଲା। ତଥାପି ତାଙ୍କୁ କୌଣସି ଦଳ କିଣି ନ ଥିଲେ। ସେହିପରି ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟସମ୍ୟାନ ଜ୍ୟାକ୍‌ ଫ୍ରେଜର ମ୍ୟାକଗର୍କ ମଧ୍ୟ ପ୍ରଥମ ପର୍ଯ୍ୟାୟରେ ବିକ୍ରୟ ହୋଇ ନାହାନ୍ତି। ଅନ୍ୟପକ୍ଷେ ଚେନ୍ନାଇ ସୁପର କିଙ୍ଗସ ପାଇଁ ଖେଳିଥିବା ଡେଭନ୍‌ କନୱେ ମଧ୍ୟ ଅନ୍‌ ସୋଲ୍ଡ ରହିଛିନ୍ତି।

ଆଇପିଏଲ 2026 ନିଲାମରେ ବିକ୍ରୟ ହୋଇଥିବା ପ୍ରଥମ ଖେଳାଳି ଡେଭିଡ ମିଲର ରହିଥିଲେ, ଯାହାଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସ କିଣିଥିଲା। ଦିଲ୍ଲୀ ତାଙ୍କୁ ୨ କୋଟି(୨୦ମିଲିୟନ ଟଙ୍କା)ରେ କିଣିଥିଲା। ନିଲାମର ପ୍ରଥମ ପର୍ଯ୍ୟାୟରେ ବିକ୍ରୟ ନ ହୋଇଥିବା ଖେଳାଳିମାନେ ଯଦି ଦଳଗୁଡ଼ିକ ସେମାନଙ୍କ ନାମ ଦାଖଲ କରନ୍ତି ତେବେ ଆକ୍ସିଲେଟର ରାଉଣ୍ଡରେ ପୁନର୍ୱାର ଖେଳିପାରିବେ।

2026 ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣର ନିଲାମ ପ୍ରକିୟା ଚାଲିଛି। ନିଲାମ ପ୍ରକିୟାରେ ସାମିଲ ଥିବା ୧୦ଟି ଦଳ ଗତ ମାସ ନଭେମ୍ୱର ୧୫ରେ ସେମାନଙ୍କ ରିଟେନଶନ ତାଲିକା ପ୍ରକାଶ କରିଥିଲେ। ଉଲ୍ଲେଖ ଯୋଗ୍ୟ, ଗୋଟିଏ ଦଳରେ ସର୍ୱାଧିକ ୨୫ଜଣ ଖେଳାଳି ରହିପାରିବେ।

 

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri