Posted inଖେଳ

ଇଶାନ କିଷାନଙ୍କୁ ବଡ ଦାୟିତ୍ୱ ଦେଲା ସନରାଇଜର୍ସ ହାଇଦ୍ରାବାଦ, କମିନ୍ସଙ୍କ ଅନୁପସ୍ଥିତିରେ…

ହାଇଦ୍ରାବାଦ,୧୮।୩: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୬ ସିଜନ ଆରମ୍ଭ ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦ (SRH) ଏକ ବଡ଼ ଘୋଷଣା କରିଛି। ଦଳର ନିୟମିତ ଅଧିନାୟକ ପ୍ୟାଟ୍ କମିନ୍ସ ଆହତ କାରଣରୁ ପ୍ରାରମ୍ଭିକ କିଛି ମ୍ୟାଚ୍‌ରୁ ବାଦ୍ ପଡ଼ିଥିବାରୁ, ତାଙ୍କ ସ୍ଥାନରେ ବିସ୍ଫୋରକ ବ୍ୟାଟର ଇଶାନ କିଷାନଙ୍କୁ ଦଳର କାମଚଳା ଅଧିନାୟକ ଭାବେ ନିଯୁକ୍ତ କରାଯାଇଛି। ଏଥିସହିତ ଓପନର ଅଭିଷେକ ଶର୍ମାଙ୍କୁ ଉପ-ଅଧିନାୟକ ଦାୟିତ୍ୱ ମିଳିଛି।

୨୦୨୫-୨୬ ଆଶେସ୍ ସିରିଜ୍ ସମୟରେ କମିନ୍ସଙ୍କ ପିଠିର ନିମ୍ନ ଭାଗରେ ଯନ୍ତ୍ରଣା ହୋଇଥିଲା। ଏହି କାରଣରୁ ସେ ଦୀର୍ଘ ସମୟ ଧରି କ୍ରିକେଟ୍ ପଡ଼ିଆରୁ ଦୂରେଇ ରହିଛନ୍ତି। ସେ ଟୁର୍ଣ୍ଣାମେଣ୍ଟର ଶେଷ ଭାଗରେ ଦଳ ସହ ଯୋଡ଼ି ହେବେ ବୋଲି ଆଶା କରାଯାଉଛି।

କିଛି ସମୟ ପୂର୍ବରୁ ଭାରତୀୟ ଦଳରୁ ବାଦ୍ ପଡ଼ିଥିବା ଇଶାନ କିଷାନଙ୍କ ପାଇଁ ଏହି ଦାୟିତ୍ୱ ଏକ ବଡ଼ ସଫଳତା। ତାଙ୍କ ନେତୃତ୍ୱରେ ଝାଡ଼ଖଣ୍ଡ ଗତବର୍ଷ ପ୍ରଥମ ଥର ପାଇଁ ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଥିଲା। ସେହି ଟୁର୍ଣ୍ଣାମେଣ୍ଟରେ ସେ ୧୯୭ ଷ୍ଟ୍ରାଇକ୍ ରେଟ୍‌ରେ ୫୧୭ ରନ୍ ସଂଗ୍ରହ କରି ଶୀର୍ଷ ସ୍କୋରର ହୋଇଥିଲେ।

ଗତ T20 ବିଶ୍ୱକପ୍ ୨୦୨୬ରେ ଈଶାନ (୧୯୩ ଷ୍ଟ୍ରାଇକ୍ ରେଟ୍)ରେ ୩୧୭ ରନ୍ କରିଥିଲେ। ବିଶ୍ୱକପ୍ ଫାଇନାଲ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ୫୪ ରନ୍‌ର ଦ୍ରୁତ ପାଳି ଖେଳିଥିଲେ। ଏହା ପୂର୍ବରୁ ଘରୋଇ କ୍ରିକେଟ ସୟଦ ମୁସ୍ତାକ ଅଲି ଫାଇନାଲରେ ୪୯ ବଲ୍‌ରୁ ଶତକ ହାସଲ କରିଥିଲେ।

ସନରାଇଜର୍ସ ହାଇଦ୍ରାବାଦରେ ଏହା ଇଶାନଙ୍କର ମାତ୍ର ଦ୍ୱିତୀୟ ସିଜନ ହୋଇଥିଲେ ମଧ୍ୟ ତାଙ୍କର ନେତୃତ୍ୱ ନେବାର କ୍ଷମତା ଏବଂ ବର୍ତ୍ତମାନର ଫର୍ମକୁ ଦୃଷ୍ଟିରେ ରଖି ଫ୍ରାଞ୍ଚାଇଜ୍ ତାଙ୍କ ଉପରେ ଭରସା ପ୍ରକଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?