Posted inଖେଳ

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ ସହଜରେ ହାସଲ କରି ନେଇଛି। ତେବେ ୨୦୨୩ ପରଠାରୁ ଦିଲ୍ଲୀ ଏପର୍ଯ୍ୟନ୍ତ ଲକ୍ଷ୍ନୌ ବିପକ୍ଷରେ ଗୋଟିଏ ବି ମ୍ୟାଚ ହାରି ନ ଥିବା ବେଳେ ଏହା ଦିଲ୍ଲୀର ଲଗାତାର ୫ମ ବିଜୟ।
ମ୍ୟାଚ୍‌ରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା ଦିଲ୍ଲୀ। ଲକ୍ଷ୍ନୌ ଦଳ ୧୮.୪ ଓଭରରେ ମାତ୍ର ୧୪୧ ରନ୍‌ କରି ଅଲଆଉଟ୍‌ ହୋଇଯାଇଥିଲା। ଲୁଙ୍ଗି ଏନଗିଡି ଓ ଟି. ନଟରାଜନ ଉଭୟ ୩ଟି ଲେଖାଏ ଉଇକେଟ ନେଇ ଲକ୍ଷ୍ନୌ ବ୍ୟାଟିଂ ମେରୁଦଣ୍ଡ ଭାଙ୍ଗି ଦେଇଥିଲେ। ସେହିଭଳି କୁଲଦୀପ ଯାଦବ ୨ଟି ଗୁରୁତ୍ୱପୂର୍ଣ୍ଣ ଉଇକେଟ ହାସଲ କରିଥିଲେ। ଲକ୍ଷ୍ନୌ ପକ୍ଷରୁ ଅବଦୁଲ ସମଦ (୩୬) ଏବଂ ମିଚେଲ ମାର୍ଶ (୩୫) କିଛି ସମୟ ଲଢ଼େଇ କରିଥିଲେ ମଧ୍ୟ ବଡ଼ ସ୍କୋର କରିବାରେ ବିଫଳ ହୋଇଥିଲେ।
୧୪୨ ରନର ପିଛା କରୁଥିବା ଦିଲ୍ଲୀର ଆରମ୍ଭ ଅତ୍ୟନ୍ତ ଖରାପ ଥିଲା। ମାତ୍ର ୨୬ ରନରେ ୪ ଉଇକେଟ ହରାଇ ଦଳ ସଙ୍କଟରେ ପଡ଼ିଥିଲା। ଏହି ସମୟରେ ’ଇମ୍ପାକ୍ଟ ପ୍ଲେୟାର’ ଭାବେ ମଇଦାନକୁ ଓହ୍ଲାଇଥିଲେ ଯୁବ ତାରକା ସମୀର ରିଜଭୀ ସେ ମାତ୍ର ୪୭ଟି ବଲ୍‌ରୁ ୭୦ ରନ ଖେଳିଥିଲେ (୫ ଚୌକା, ୪ ଛକା)। ଟ୍ରିଷ୍ଟାନ ଷ୍ଟବ୍ସ (୩୯)ଙ୍କ ସହ ମିଶି ସେ ପଞ୍ଚମ ଉଇକେଟ ପାଇଁ ୧୧୯ ରନର ବିଜୟୀ ଭାଗିଦାରୀ କରିଥିଲେ।
ଦିଲ୍ଲୀ କ୍ୟାପିଟାଲ୍ସ ୧୭.୧ ଓଭରରେ ମାତ୍ର ୪ ଉଇକେଟ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ଏହି ବିଜୟ ସହ ଦିଲ୍ଲୀ ଚଳିତ ସିଜନରେ ନିଜର ଖାତା ଖୋଲିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?