Posted inଖେଳ

ହାର୍ଦ୍ଦିକଙ୍କୁ କ୍ୟାପଟେନ କରିପାରେ ଅହମ୍ମଦାବାଦ ଫ୍ରାଞ୍ଚାଇଜ

ନୂଆଦିଲ୍ଲୀ,୧୦।୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସୋମବାର ଅହମ୍ମଦାବାଦର ନୂଆ ଆଇପିଏଲ ଫ୍ରାଞ୍ଚାଇଜକୁ ଲେଟର ଅଫ୍‌ ଇଣ୍ଟେଣ୍ଟ (ଉଦ୍ଦେଶ୍ୟ ପତ୍ର) ହସ୍ତାନ୍ତର କରିଛି। ବୋର୍ଡ ସହ ଆଇନଗତ ଲଢ଼େଇ ଚାଲିଥିବା ବେଳେ ଅହମ୍ମଦାବାଦ ଫ୍ରାଞ୍ଚାଇଜ ତା’ର ଟିମ୍‌ ମ୍ୟାନେଜମେଣ୍ଟ ଗଠନ ପ୍ରକ୍ରିୟା ଆରମ୍ଭ କରିଛି। ଏହି ଫ୍ରାଞ୍ଚାଇଜ ପୂର୍ବତନ ଭାରତୀୟ ପେସର ଆଶିଷ ନେହେରାଙ୍କୁ ମୁଖ୍ୟ କୋଚ୍‌ ନିଯୁକ୍ତ କରିବାକୁ ପ୍ରସ୍ତୁତି ଚଳାଇଛି। ମିଳିଥିବା ସୂଚନା ମୁତାବକ, ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଦଳର ଅଧିନାୟକ ଭାର ଦେଇପାରେ।

ହାର୍ଦ୍ଦିକଙ୍କ ବ୍ୟତୀତ ଆଫଗାନିସ୍ତାନ ଅଲରାଉଣ୍ଡର ରଶିଦ ଖାନଙ୍କ ସହ ଚୁକ୍ତି କରିବାକୁ ଉଦ୍ୟମ କରୁଛି ଅହମ୍ମଦାବାଦ ଫ୍ରାଞ୍ଚାଇଜ୍‌। ରଶିଦଙ୍କୁ ଦଳରେ ନେବା ପାଇଁ ଅହମ୍ମଦାବାଦ ଭଳି ଲକ୍ଷ୍ନୌ ଫ୍ରାଞ୍ଚାଇଜ ମଧ୍ୟ ଇଚ୍ଛୁକ। ଏହାବାଦ୍‌ ଇଶାନ କିଷନଙ୍କୁ ଦଳର ଉଇକେଟକିପର ଭାବେ ପ୍ରାଥମିକତା ଦିଆଯାଉଥିବା ସୂତ୍ରରୁ କୁହାଯାଇଛି।

ଆଗାମୀ ଆଇପିଏଲରେ ସାମିଲ ହେବାକୁ ଥିବା ଦୁଇ ଫ୍ରାଞ୍ଚାଇଜକୁ ମେଗା ଅକ୍‌ଶନ ପୂର୍ବରୁ ୩ ଖେଳାଳି(ଦୁଇ ଭାରତୀୟ ଓ ଜଣେ ବିଦେଶୀ)ଙ୍କ ନାମ ବାଛିବାକୁ କୁହାଯାଇଛି। ମେଗା ଅକ୍‌ଶନ ଫେବୃୟାରୀ ୧୧ ଓ ୧୨ ତାରିଖରେ ବେଙ୍ଗାଲୁରୁଠାରେ ହେବାର ଅଛି। ଦେଶରେ କୋଭିଡ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ କାର୍ଯ୍ୟସୂଚୀରେ ପରିବର୍ତ୍ତନ ହୋଇପାରେ।

ଲୋକେଶ ରାହୁଲ ଲକ୍ଷ୍ନୌ ଦଳର ଅଧିନାୟକ ହେବା ପ୍ରାୟତଃ ନିଶ୍ଚିତ। ସଞ୍ଜୀବ ଗୋଏଙ୍କାଙ୍କ ମାଲିକାନାରେ ଥିବା ଫ୍ରାଞ୍ଚାଇଜ ବିଦେଶୀ ଖେଳାଳି ଭାବେ ରଶିଦଙ୍କୁ ଦଳରେ ରଖିବାକୁ ଚାହୁଁଛି। ଯଦି ସେମାନେ ଏଥିରେ ବିଫଳ ହୁଅନ୍ତି, ତେବେ ଅଷ୍ଟ୍ରେଲିଆନ ଅଲରାଉଣ୍ଡର ମାର୍କସ ଷ୍ଟୋଇନିସ ଓ ଦକ୍ଷିଣ ଆଫ୍ରିକାର କାଗିସୋ ରବାଡାଙ୍କୁ ବ୍ୟାକଅପ୍‌ ବିଦେଶୀ ଖେଳାଳି ଭାବେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri