ଆଇପିଏଲ୍‌ ବେଟିଂ ଧରିଲା ପୋଲିସ

ବ୍ରହ୍ମପୁର ଅଫିସ,୧୧ା୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ସୋମବାର ପୋଲିସ ଏକ ବଡ଼ ଧରଣର ଆଇପିଏଲ୍‌ କ୍ରିକେଟ୍‌ ବେଟିଂ କାରବାର ଠାବ କରିଛି। ପୋଲିସ ଏହି ର଼୍ୟାକେଟ୍‌ ଚଳାଉଥିବା ଜଣେ ଷ୍ଟକିଷ୍ଟଙ୍କ ସମେତ ୮ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଲାଞ୍ଜିପଲ୍ଲୀର ଜଗନ୍ନାଥ ଚୌଧୁରୀ, ଅମ୍ବିକାନଗରର ସବ୍ୟସାଚୀ ପାଢ଼ୀ, କୀର୍ତ୍ତିି ରଞ୍ଜନ ଶତପଥୀ, ବିଜିପୁରର ନୀଳାଦ୍ରି ପାଢ଼ୀ, ହଳଦିଆପଦରର ସନ୍ତୋଷ କୁମାର ନାୟକ, ଗୋଷାଣୀ ନୂଆଗଁା ବୈଦ୍ୟସାହିର ଅଜିତ କୁମାର ସାହୁ, ଗୋଷାଣୀନୂଆଗଁାର ରାମ ପ୍ରସାଦ ପାଢ଼ୀ ଓ ବିନୋଦ ପଣ୍ଡା। ଗିରଫ ଅଭିଯୁକ୍ତଙ୍କୁ ବୈଦ୍ୟନାଥପୁର ଥାନା ମାମଲା (ନଂ.୨୭୩/୨୧)ରେ ସୋମବାର କୋର୍ଟ ଚାଲାଣ କରାଯାଇଥିବା ପୋଲିସ କହିଛି। ବୈଦ୍ୟନାଥପୁର ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଏହି ସୂଚନା ଦେଇଛନ୍ତି। ଏମାନଙ୍କ ନିକଟରୁ ୮ଲକ୍ଷ ୬୩ହଜାର ୨୦୦ଟଙ୍କା, ୧୧ ମୋବାଇଲ୍‌ ଫୋନ୍‌ ଜବତ ହୋଇଛି। ଅନ୍ୟପଟେ ପୋଲିସ ଷ୍ଟକିଷ୍ଟ ଜଗନ୍ନାଥ ଚୌଧୁରୀଙ୍କୁ ରିମାଣ୍ଡରେ ଆଣିବ ବୋଲି ଟାଉନ ଏସ୍‌ଡିପିଓ ବିଷ୍ଣୁପ୍ରସାଦ ପତି ସୂଚନା ଦେଇଛନ୍ତି।

ଜଗନ୍ନାଥ ଜିଲାରେ ଆଇପିଏଲ ବେଟିଂ ପାଇଁ ଦୁଇ ଦୁଇଟି ୱେବ୍‌ସାଇଟ୍‌ ଜରିଆରେ ୟୁଜର ଆଇଡି ଓ ପାସ୍‌ୱାର୍ଡ ଦେଇ କେତେକ ବୁକିଙ୍କ ମାଧ୍ୟମରେ ଏହି କାରବାର ଚଳାଇଥିଲେ ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ସେହିପରି ରାଜ୍ୟ ବାହାରକୁ ଏମାନଙ୍କର ଲିଙ୍କ୍‌ ରହିଥିବା ମଧ୍ୟ ତଦନ୍ତରୁ ଜଣାପଡିଛି। ଆଇପିଏଲ୍‌ କ୍ରିକେଟ୍‌ ଆରମ୍ଭ ହେବା ଦିନଠାରୁ ଅନ୍‌ଲାଇନ୍‌ ବେଟିଂ ଆରମ୍ଭ ହୋଇଯାଇଥିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri