ଆଇପିଏଲ୍‌ ବେଟିଂ ଧରିଲା ପୋଲିସ

ବ୍ରହ୍ମପୁର ଅଫିସ,୧୧ା୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ସୋମବାର ପୋଲିସ ଏକ ବଡ଼ ଧରଣର ଆଇପିଏଲ୍‌ କ୍ରିକେଟ୍‌ ବେଟିଂ କାରବାର ଠାବ କରିଛି। ପୋଲିସ ଏହି ର଼୍ୟାକେଟ୍‌ ଚଳାଉଥିବା ଜଣେ ଷ୍ଟକିଷ୍ଟଙ୍କ ସମେତ ୮ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଲାଞ୍ଜିପଲ୍ଲୀର ଜଗନ୍ନାଥ ଚୌଧୁରୀ, ଅମ୍ବିକାନଗରର ସବ୍ୟସାଚୀ ପାଢ଼ୀ, କୀର୍ତ୍ତିି ରଞ୍ଜନ ଶତପଥୀ, ବିଜିପୁରର ନୀଳାଦ୍ରି ପାଢ଼ୀ, ହଳଦିଆପଦରର ସନ୍ତୋଷ କୁମାର ନାୟକ, ଗୋଷାଣୀ ନୂଆଗଁା ବୈଦ୍ୟସାହିର ଅଜିତ କୁମାର ସାହୁ, ଗୋଷାଣୀନୂଆଗଁାର ରାମ ପ୍ରସାଦ ପାଢ଼ୀ ଓ ବିନୋଦ ପଣ୍ଡା। ଗିରଫ ଅଭିଯୁକ୍ତଙ୍କୁ ବୈଦ୍ୟନାଥପୁର ଥାନା ମାମଲା (ନଂ.୨୭୩/୨୧)ରେ ସୋମବାର କୋର୍ଟ ଚାଲାଣ କରାଯାଇଥିବା ପୋଲିସ କହିଛି। ବୈଦ୍ୟନାଥପୁର ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଏହି ସୂଚନା ଦେଇଛନ୍ତି। ଏମାନଙ୍କ ନିକଟରୁ ୮ଲକ୍ଷ ୬୩ହଜାର ୨୦୦ଟଙ୍କା, ୧୧ ମୋବାଇଲ୍‌ ଫୋନ୍‌ ଜବତ ହୋଇଛି। ଅନ୍ୟପଟେ ପୋଲିସ ଷ୍ଟକିଷ୍ଟ ଜଗନ୍ନାଥ ଚୌଧୁରୀଙ୍କୁ ରିମାଣ୍ଡରେ ଆଣିବ ବୋଲି ଟାଉନ ଏସ୍‌ଡିପିଓ ବିଷ୍ଣୁପ୍ରସାଦ ପତି ସୂଚନା ଦେଇଛନ୍ତି।

ଜଗନ୍ନାଥ ଜିଲାରେ ଆଇପିଏଲ ବେଟିଂ ପାଇଁ ଦୁଇ ଦୁଇଟି ୱେବ୍‌ସାଇଟ୍‌ ଜରିଆରେ ୟୁଜର ଆଇଡି ଓ ପାସ୍‌ୱାର୍ଡ ଦେଇ କେତେକ ବୁକିଙ୍କ ମାଧ୍ୟମରେ ଏହି କାରବାର ଚଳାଇଥିଲେ ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ସେହିପରି ରାଜ୍ୟ ବାହାରକୁ ଏମାନଙ୍କର ଲିଙ୍କ୍‌ ରହିଥିବା ମଧ୍ୟ ତଦନ୍ତରୁ ଜଣାପଡିଛି। ଆଇପିଏଲ୍‌ କ୍ରିକେଟ୍‌ ଆରମ୍ଭ ହେବା ଦିନଠାରୁ ଅନ୍‌ଲାଇନ୍‌ ବେଟିଂ ଆରମ୍ଭ ହୋଇଯାଇଥିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri