କୋଲକାତାରୁ ଆଇପିଏଲ ବେଟିଂ ମୁଖିଆ ଗିରଫ: ୭୨. ୯୬ ଲକ୍ଷ ଟଙ୍କାର ବ୍ୟାଙ୍କ ଆକାଉଣ୍ଟ ସିଜ୍‌

ବ୍ରହ୍ମପୁର ଅଫିସ ,୨୬।୨ : ଗଞ୍ଜାମ ଜିଲାରେ ଆଇପିଏଲ ବେଟିଂ ପାଇଁ ୟୁଜର ଆଇଡି ଓ ପାସୱାର୍ଡ ଦେଇ କେତେକ ବୁକିଂ ଜରିଆରେ କାରବାର ଚଳାଇଥିବା ମୁଖିଆଙ୍କୁ ବ୍ରହ୍ମପୁର ପୋଲିସ ଗୁରୁବାର କୋଲକାତାରୁ ଗିରଫ କରିଥିଲା। ଅଭିଯୁକ୍ତ ଜଣଙ୍କ ହେଲେ ଦିନେଶ ରାଠୀ (୪୬) । ସ୍ଥାନୀୟ ଏସିଏମ୍‌ଏମ୍‌ କୋର୍ଟରେ ହାଜର କରି ପୋଲିସ ଶୁକ୍ରବାର ବ୍ରହ୍ମପୁର ଆଣିଥିଲା ବୋଲି ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ସୂଚନା ଦେଇଛନ୍ତି ।
ଦିନେଶ ହେଉଛନ୍ତି ଆଇପିଏଲ ବେଟିଂର ସିଣ୍ଡିକେଟ ମୁଖିଆ। ଦିନେଶଙ୍କ ବିଭିନ୍ନ ଆକାଉଣ୍ଟରେ ଥିବା ୭୨ଲକ୍ଷ ୯୬ ହଜାର ଟଙ୍କା ସିଜ କରାଯାଇଥିବା ଏସ୍‌ପି କହିଛନ୍ତି । ଶୁକ୍ରବାର ଦିନେଶଙ୍କୁ ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରାଯିବ । ଏଥିସହ ୩ଦିନିଆ ରିମାଣ୍ଡରେ ପୋଲିସ ନେବା ପାଇଁ ଏସଡ଼ିଜେଏମ ନିକଟରେ ଆବେଦନ କରାଯିବ ବୋଲି ଜଣାପଡ଼ିଛି। ଗତ ଆଇପିଏଲ ସିଜନ ଆରମ୍ଭରୁ ପୋଲିସ ବ୍ରହ୍ମପୁରରେ ଏହି ବେଟିଂ ଚଳାଉଥିବା ରାକେଟ ଉପରେ ପୋଲିସ ନଜର ରଖିଥିଲା । ଗତ ଅକ୍ଟୋବର ୨୯ ତାରିଖରେ ବୁକି ବ୍ରହ୍ମପୁରର ଆର. ଲଲୀ ଆଚାରୀ ଓ କେ . ପ୍ରଶାନ୍ତ କୁମାର ସୁବୁଦ୍ଧିଙ୍କୁ ପୋଲିସ ଗିରଫ କରିଥିଲା। ସେମାନଙ୍କ ନିକଟରୁ ୩୩ ଲକ୍ଷ ୬୧ ହଜାର ୨୦୦ ଟଙ୍କା, ମୋବାଇଲ ଫୋନ, ସିମ୍‌ କାର୍ଡ ଓ ଲ୍ୟାପ୍‌ଟପ ଜବତ କରାଯାଇଥିଲା । ପରେ ପର୍ଯ୍ୟାୟକ୍ରମେ ଅନ୍ୟ ୪ ଜଣଙ୍କୁ ପୋଲିସ ଗିରଫ କରିଥିଲା । ହେଲେ ଏହି ଆଇପିଏଲ ବେଟିଂ ରାକେଟର ସିଣ୍ଡିକେଟ ମୁଖିଆ ଦିନେଶଙ୍କୁ ଧରିବା ପାଇଁ ପ୍ରଥମେ ଲାଲୀ ଆଚାରୀ ଠାରୁ ଜବତ ମୋବାଇଲ ଟ୍ରାକିଂରୁ ସୁରାକ ମିଳିଥିଲା । ଏହାକୁ ଆଧାର କରି ଦିନେଶଙ୍କୁ ଧରିବା ପାଇଁ ପୋଲିସକୁ ୫ମାସ ଲାଗିଯାଇଥିଲା ବୋଲି ଏସ୍‌ପି କହିଛନ୍ତି । ତଦନ୍ତ ଏବେ ଜାରି ରହିଛି ବୋଲି ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri