ଆଇପିଏଲ୍‌ ବେଟିଂ: ୬ ଲକ୍ଷ ଟଙ୍କା ସହ ଧରାପଡ଼ିଲେ ୫ ଅଭିଯୁକ୍ତ

ବରଗଡ଼ ଅଫିସ,୩୦।୫: ଆଇପିଏଲ୍‌ କ୍ରିକେଟକୁ ନେଇ ବରଗଡ଼ରେ ବେଟିଂ ଚାଲିଥିବା ଘଟଣାର ସୋମବାର ପର୍ଦ୍ଦାଫାଶ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ବରଗଡ଼ର ବିକି ମିତ୍ତଲ, ପ୍ରକାଶ ଅଗ୍ରୱାଲ, ଅର୍ଜୁନ ସେନାପତି, ବିମଳକାନ୍ତ ନାଗ ଏବଂ ଦିଲୀପ ଦାଶ ।

ପୋଲିସ ତାଙ୍କଠାରୁ ନଗଦ ୬ ଲକ୍ଷ ୧୪ ହଜାର ଟଙ୍କା, ଲାପଟପ, ଏଲ୍‌ସିଡି ଟିଭି, ମୋବାଇଲ ଫୋନ, ତାସ ଆଦି ସାମଗ୍ରୀ ଜବତ କରିଛି। ଗତ ୨୭ ତାରିଖରେ ରାଜସ୍ଥାନ ଏବଂ ବାଙ୍ଗାଲୋର ମଧ୍ୟରେ ମ୍ୟାଚ ଚାଲିଥିବା ବେଳେ ବରଗଡ଼ ସହର ଉପକଣ୍ଠ ଅମ୍ବାପାଲିସ୍ଥିତ ଏକ ନିର୍ମାଣାଧୀନ ଘରେ ଅଭିଯୁକ୍ତମାନେ ବେଟିଂ ଚଲାଇଥିଲେ। ଖବର ପାଇ ପୋଲିସର ଏକ ଟିମ୍‌ ଚଢାଉ କରିଥିଲା। ଚଢାଉ ବେଳେ ପୋଲିସ ଅଭିଯୁକ୍ତମାନଙ୍କୁ ଧରିବାରେ ସଫଳ ହୋଇଥିବା ବରଗଡ଼ ଏସ୍‌ପି ପରମାର୍‌ ସ୍ମିତ୍‌ ପୁରୁଷୋତ୍ତମ ଦାଶ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏସ୍‌ଡିପିଓ ଦୀପକ କୁମାର ଗୋଚ୍ଛାୟତ ମଧ୍ୟ ଖବରଦାତା ସମ୍ମିଳନୀରେ ଉପସ୍ଥିତ ଥିଲେ। ଏ ନେଇ ବରଗଡ଼ ଟାଉନ ଥାନାରେ ଏକ ମାମଲା (ନଂ.୨୮୭/୨୨) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri