Posted inଖେଳ

ମୋଦି ଜୀ ଟିକେ ଧୋନୀଙ୍କୁ ବୁଝାନ୍ତୁ, କାହିଁକି ଏମିତି କହିଲେ ସେହ୍ବାଗ

ଚଳିତବର୍ଷ ଆଇପିଏଲରେ ଚେନ୍ନାଇ ସୁପରକିଙ୍ଗ୍ସ ପ୍ରଥମ ମ୍ୟ୍ୟାଚ୍‌ ବିଜୟରୁ ଆରମ୍ଭ କରିଥିଲା। କିନ୍ତୁ ଗତ ଦୁଇଟି ମ୍ୟାଚ୍‌ରେ ଦଳକୁ ପରାଜୟର ସାମ୍ନା କରିବାକୁ ପଡିଛି। ଦଳର ଲଗାତର ପରାଜୟକୁ ନେଇ ପ୍ରଶ୍ନ ଉଠିଛି। ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ବ୍ୟାଟିଂ କରିବା ସ୍ଥାନକୁ ନେଇ ପ୍ରଶ୍ନ ଉଠିଛି। ଗତ ୩ଟି ମ୍ୟାଚ୍‌ରେ ଧୋନୀ ୬ କିମ୍ବା ୭ ନମ୍ବର ସ୍ଥାନରେ ବ୍ୟାଟିଂ କରିବାକୁ ଆସିଥିଲେ। ଧୋନୀଙ୍କ ଏଭଳି ନିଷ୍ପତ୍ତିକୁ ନାପସନ୍ଦ କରିଛନ୍ତି ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବୀରେନ୍ଦ୍ର ସେହ୍ବାଗ। ଧୋନୀ ନିଜ ଜିଦ୍‌ରେ ଅଡି ବସିଛନ୍ତି। ତାଙ୍କୁ ନିଜ ବ୍ୟାଟିଂ ସ୍ଥାନ ବଦଳାଇବା ଆବଶ୍ୟକ ବୋଲି ସେ ମତ ଦେଇଛନ୍ତି। ଗତ ମ୍ୟାଚ୍‌ରେ ଚେନ୍ନାଇ ଦଳ କଠିନ ପରିସ୍ଥିତିରେ ଥିଲା। କିନ୍ତୁ ଧୋନୀ ଆଗୁଆ ଆସିଲେ ନାହିଁ। ଏମିତି ଲାଗୁଛି ବୁଲେଟ୍‌ ଟ୍ରେନ୍‌ ପଛେ ଆସିଯିବ କିନ୍ତୁ ଧୋନୀ ୪ର୍ଥ ସ୍ଥାନରେ ବ୍ୟାଟିଂ କରିବାକୁ ଆସିବେ ନାହିଁ। ମୋଦି ଜୀ ଆପଣ ଧୋନୀଙ୍କୁ ବୁଝାନ୍ତୁ ବୋଲି ସେହ୍ବାଗ କହିଛନ୍ତି। ଚଳିତ ଟୁର୍ନାମେଣ୍ଟରେ ଧୋନୀଙ୍କ ଦଳ ପ୍ରଥମ ମ୍ୟାଚ୍‌ରେ ମୁମ୍ବାଇକୁ ପରାସ୍ତ କରିଥିଲେ। ଏହାପରେ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସଠାରୁ ପରାଜୟ ଭୋଗିବାକୁ ପଡିଥିଲା। ସୂଚନାଯୋଗ୍ୟ, ଆଇପିଏଲରେ ଯୋଗୁ ସେହ୍ବାଗ ଫେସବୁକ୍‌ରେ ଏକ ଖାସ୍‌ ଶୋ’ ବୀରୁ କି ବୈଠକରେ ନଜର ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri