Posted inଖେଳ

ଏପ୍ରିଲ ୯ରୁ ଆଇପିଏଲ୍‌

ନୂଆଦିଲ୍ଲୀ, ୬ା୩: ଭାରତ ଓ ଇଂଲଣ୍ଡ ମଧ୍ୟରେ ଚାଲିଥିବା କ୍ରିକେଟ ସିରିଜ ଶେଷ ହେବାର ୧୨ ଦିନ ପରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୧ ସଂସ୍କରଣ ଏପ୍ରିଲ ୯ରୁ ଆରମ୍ଭ ହେବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ପକ୍ଷରୁ ସୂଚନା ଦିଆଯାଇଛି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ପୁଣେରେ ମାର୍ଚ୍ଚ ୨୮ରେ ଅନୁଷ୍ଠିତ ହେବ। ଭାରତର ଅନ୍ତର୍ଜାତୀୟ କାର୍ଯ୍ୟସୂଚୀକୁ ଦୃଷ୍ଟିରେ ରଖି ଲୋକପ୍ରିୟ ଟି୨୦ର ସମୟ ଧାର୍ଯ୍ୟ କରାଯାଇଛି। ବିସିସିଆଇର ଜଣେ ବରିଷ୍ଠ କର୍ମକର୍ତ୍ତାଙ୍କ ସୂଚନା ଅନୁସାରେ ଆଇପିଏଲ ଏପ୍ରିଲ ୯ରୁ ମେ ୩୦ ପର୍ଯ୍ୟନ୍ତ ଆୟୋଜନ କରିବା ଲାଗି ଆପାତତଃ ଧାର୍ଯ୍ୟ କରାଯାଇଛି। ଆସନ୍ତା ସପ୍ତାହରେ ହେବାକୁଥିବା ଗଭର୍ନିଂ କାଉନ୍‌ସିଲ ବୈଠକରେ ଏହା ଆନୁଷ୍ଠାନିକ ଅନୁମୋଦନ ଲାଭ କରିବ। ଦେଶରେ କୋଭିଡ୍‌ ମହାମାରିର ବର୍ତ୍ତମାନ ସ୍ଥିତିକୁ ପରଖି ଆଇପିଏଲ ମ୍ୟାଚଗୁଡ଼ିକ ୫ଟି ସହର ଯଥା ଚେନ୍ନାଇ, କୋଲକାତା, ବେଙ୍ଗାଲୁରୁ, ଦିଲ୍ଲୀ ଓ ଅହମଦାବାଦରେ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ମୁମ୍ବାଇରେ ମ୍ୟାଚ ଆୟୋଜନ କରିବାକୁ ହେଲେ କ୍ଲିଅରାନ୍ସର ଆବଶ୍ୟକତା ରହିଛି। ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ବାୟୋ ସିକ୍ୟୋର ବବଲରେ ଅନୁଷ୍ଠିତ ଆଇପିଏଲର ୨୦୨୦ ସଂସ୍କରଣରେ ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri