Posted inଖେଳ

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ ଚାଲିବ। ଅଂଶଗ୍ରହଣକାରୀ ୧୦ଟି ଦଳକୁ ନେଇ ମୋଟ ୭୪ଟି ମ୍ୟାଚ୍‌ ଅନୁଷ୍ଠିତ ହେବ। ଫ୍ରାଞ୍ଚାଇଜ୍‌ଭିତ୍ତିକ ଏହି ଲିଗ୍‌ର ମ୍ୟାଚ୍‌ଗୁଡ଼ିକ ବେଙ୍ଗାଲୁରୁ, ଅହମଦାବାଦ, ଚେନ୍ନାଇ, ଦିଲ୍ଲୀ, ଧର୍ମଶାଳା, ଗୁଆହାଟୀ, ହାଇଦ୍ରାବାଦ, ଜୟପୁର, କୋଲକାତା, ଲକ୍ଷ୍ନୌ, ମୁଲାନପୁର, ମୁମ୍ବାଇ ଓ ରାୟପୁର ଆଦି ୧୩ ଭେନ୍ୟୁରେ ଅନୁଷ୍ଠିତ ହେବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଓ ୨୦୧୬ ଚାମ୍ପିୟନ ସନ୍‌ରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ଅନୁଷ୍ଠିତ ହେବ। ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଏହି ମ୍ୟାଚ୍‌ ଖେଳାଯିବ।

ଗତ ସଂସ୍କରଣରେ ଆର୍‌ସିବି ଚାମ୍ପିୟନ ହେବାପରେ ଜୁନ୍‌ ୪ରେ ଅନୁଷ୍ଠିତ ବିଜୟ ଶୋଭାଯାତ୍ରା ଅବସରରେ ଦଳାଚକଟାରେ ୧୧ ପ୍ରଶଂସକଙ୍କ ଜୀବନ ଯାଇଥିଲା। ଫଳରେ ଏଥର ବେଙ୍ଗାଲୁରୁରେ ଆଉ ମ୍ୟାଚ ହେବ କି ନାହିଁ ତାହାକୁ ନେଇ ସଂଶୟ ପ୍ରକାଶ ପାଇଥିଲା। ମାତ୍ର କର୍ନାଟକ ରାଜ୍ୟ କ୍ରିକେଟ ଆସୋସିଏଶନ ଏବଂ ଆର୍‌ସିବି ମ୍ୟାନେଜ୍‌ମେଣ୍ଟ ସୁରକ୍ଷା ସମ୍ପର୍କିତ ସମସ୍ତ ବ୍ୟବସ୍ଥା ଗ୍ରହଣ କରିବାପରେ ଚିନ୍ନାସ୍ବାମୀରେ ପୁଣି ମ୍ୟାଚ ସମ୍ଭବ ହୋଇଛି। ମ୍ୟାଚ୍‌ ଅବସରରେ ଷ୍ଟାଡିୟମରେ ୧୧ଟି ସିଟ୍‌କୁ ସ୍ଥାୟୀଭାବେ ଫାଙ୍କା ରଖାଯିବାକୁ କର୍ନାଟକ କ୍ରିକେଟ ଆସୋସିଏଶନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଅଭ୍ୟାସ ମ୍ୟାଚ ଅବସରରେ ଆର୍‌ସିବି ଖେଳାଳିମାନେ ୧୧ ନମ୍ବର ଜର୍ସି ପରିଧାନ କରିବେ ଏବଂ ମ୍ୟାଚ୍‌ ଅବସରରେ କମଳା ଆର୍ମବ୍ୟାଣ୍ଡ ପିନ୍ଧିବେ। ଗତଥରର ଚାମ୍ପିୟନ ଆର୍‌ସିବି ଏଥର ଟାଇଟଲ ବଜାୟ ରଖିବା ଲକ୍ଷ୍ୟରେ ଥିବାବେଳେ ପୂର୍ବ ଗୌରବ ଫେରିପାଇବା ଲକ୍ଷ୍ୟରେ ରହିଛି ସନ୍‌ରାଇଜର୍ସ। ଗତ ସଂସ୍କରଣରେ ଏହି ଦଳ ଆଶାନୁରୂପ ପ୍ରଦର୍ଶନ କରି ନ ପାରି ୬ଷ୍ଠ ସ୍ଥାନରେ ରହିଥିଲା। ଏଥର ସମସ୍ତ ଦଳ ପୁନର୍ଗଠିତ ହୋଇଥିବାରୁ ଆଇପିଏଲ୍‌ ଆରମ୍ଭରୁ ସଂଘର୍ଷପୂର୍ଣ୍ଣ ହେବା ଆଶା ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?