Posted inଖେଳ

‘ଆଇପିଏଲ ଆୟୋଜନ ବଡ଼ ଚ୍ୟାଲେଞ୍ଜ’

ଦୁବାଇ,୨୮ା୭ (ପି.ଟି.)- ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ୨୦୨୦ ଆୟୋଜନ କରିବା ଲାଗି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆଗ୍ରହୀ ଥିବା କଥା ଏମିରେଟ୍ସ କ୍ରିକେଟ ବୋର୍ଡ (ଇସିବି)କୁ ଏକ ଚିଠି ଜରିଆରେ ଜଣାଇଛି। ୟୁଏଇରେ ଟୁର୍ନାମେଣ୍ଟ ଆୟୋଜନ କରିବା ଲାଗି ଇସିବି ତରଫରୁ ଏକ ପ୍ରସ୍ତାବ ଦିଆଯାଇଥିଲା। ଗତ ସପ୍ତାହରେ ଆଇପିଏଲ୍‌ ଚେୟାରମ୍ୟାନ ବ୍ରିଜେଶ ପଟେଲ ଟୁର୍ନାମେଣ୍ଟର ତାରିଖ ଘୋଷଣା କରିଥିଲେ। ଏହା ସେପ୍ଟେମ୍ବର ୧୯ରୁ ନଭେମ୍ବର ୮ ପର୍ଯ୍ୟନ୍ତ କରିବା ଲାଗି ପ୍ରସ୍ତାବ ରହିଛି। ଇସିବି ସାଧାରଣ ସମ୍ପାଦକ ମୁବାସଶିର୍‌ ଉସ୍‌ମାନି କହିଛନ୍ତି ବିସିସିଆଇଠାରୁ ଆମେ ଅଫିସିଆଲ ଚିଠି ପାଇଥିଲେ ମଧ୍ୟ ଆଇପିଏଲ ଆୟୋଜନ ନେଇ ଭାରତ ସରକାରଙ୍କ ଅନୁମୋଦନର ଆବଶ୍ୟକତା ରହିଛି। ସବୁଜ ସଂକେତ ପାଇଲେ ଆମେ ପ୍ରସ୍ତୁତି କାର୍ଯ୍ୟରେ ଲାଗିପଡ଼ିବୁ। କୋଭିଡ୍‌-୧୯ ବିପଦ ସତ୍ତ୍ୱେ ବିଦେଶରେ ୮ଟି ଦଳକୁ ନେଇ ଆଇପିଏଲ୍‌ ଆୟୋଜନ କରିବା ନିଶ୍ଚିତ ରୂପେ ଏକ ବଡ଼ ଚ୍ୟାଲେଞ୍ଜ। ହେଲେ ଏହି ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଆୟୋଜନ ଦ୍ୱାରା ୟୁଏଇ ଆର୍ଥିକ ଦୃଷ୍ଟକୋଣରୁ ଲାଭ ବାନ ହେବ ବୋଲି ଉସ୍‌ମାନି କହିଛନ୍ତି। ବିଶ୍ୱର ସର୍ବବୃହତ୍‌ ଟି୨୦ ଲିଗ୍‌ ଆୟୋଜନ କରିବାରେ ୟୁଏଇର ଅଭିଜ୍ଞତା ରହିଛି। ଭାରତରେ ସାଧାରଣ ନିର୍ବାଚନ ଯୋଗୁ ୨୦୧୪ ସଂସ୍କରଣର ଏକ ଅଂଶ ୟୁଏଇରେ ଆୟୋଜିତ ହୋଇଥିଲା। ଆଇପିଏଲ ଗଭର୍ନିଂ କାଉନସିଲ୍‌ ବୈଠକ ଖୁବ୍‌ ନିକଟରେ ବସିବ ବୋଲି ଆଶା କରାଯାଉଛି। ଏଥିରେ ଟୁର୍ନାମେଣ୍ଟ ଆୟୋଜନ ସଂକ୍ରାନ୍ତ ଯୋଜନା ପ୍ରସ୍ତୁତ ହେବ। ସଂଯୁକ୍ତ ଆରବ ଏମିରେଟ୍ସରେ କୋଭିଡ୍‌-୧୯ ସ୍ଥିତି ନିୟନ୍ତ୍ରଣରେ ରହିଥିବା ଭଳି ମନେ ହେଉଛି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ୬୦୦୦ରୁ ଅଧିକ ରହିଛି। ତେବେ ଟୁର୍ନାମେଣ୍ଟ କଡ଼ା ସୁରକ୍ଷା ପ୍ରୋଟୋକଲ ମଧ୍ୟରେ ଅନୁଷ୍ଠିତ ହେବ ବୋଲି ଆଶ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri