Posted inଖେଳ

ଆଇପିଏଲ୍‌: କ୍ରୁନାଲଙ୍କ ଆଚରଣକୁ ନାପସନ୍ଦ

ମୁମ୍ବାଇ,୨୫।୪: ଚଳତି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ୫ଥର ଟାଇଟଲ ହାସଲ କରିଥିବା ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଆଶାନୁରୂପ ହୋଇପାରିନାହିଁ। ଦଳ ଏ ପର୍ଯ୍ୟନ୍ତ ୫ଟି ମ୍ୟାଚ୍‌ ଖେଳି ୨ ବିଜୟ ଓ ୩ ପରାଜୟ ସହ ପଏଣ୍ଟ ତାଲିକାର ଚତୁର୍ଥ ସ୍ଥାନରେ ରହିଛି। ଶୁକ୍ରବାର ମୁମ୍ବାଇ ପଞ୍ଜାବ କିଙ୍ଗ୍ସଠାରୁ ପରାସ୍ତ ହୋଇଥିଲା। ଦଳର ବ୍ୟାଟିଂ ବିଫଳତାକୁ ଦୁର୍ବଳ ପ୍ରଦର୍ଶନ ପାଇଁ ଦାୟୀ କରାଯାଇଛି। ଗତଥରର ଚାମ୍ପିୟନ ମୁମ୍ବାଇ ଏ ପର୍ଯ୍ୟନ୍ତ ୧୬୦ରୁ ଊର୍ଦ୍ଧ୍ୱ ରନ ସଂଗ୍ରହ କରିପାରିନାହିଁ।
କ୍ୱିଣ୍ଟନ ଡିକକ, ରୋହିତ ଶର୍ମା, ସୂର୍ଯ୍ୟକୁମାର ଯାଦବ ଓ ଇଶାନ କିଷନଙ୍କୁ ନେଇ ମୁମ୍ବାଇର ଟପ୍‌ ଅର୍ଡର ଏଥର ଚମକ ଦେଖାଇପାରି ନାହାନ୍ତି। ତେବେ ପ୍ରକୃତ ସମସ୍ୟା ରହିଛି ହାର୍ଦ୍ଦିକ ପାଣ୍ଡ୍ୟା, କୃନାଲ ପାଣ୍ଡ୍ୟା ଓ କିରନ ପୋଲାର୍ଡଙ୍କ ବିଫଳତାରେ। ହାର୍ଦ୍ଦିକ ଭଲ ବ୍ୟାଟିଂ କରିପାରୁ ନ ଥିବା ବେଳେ ବୋଲିଂ ମଧ୍ୟ କରୁନାହାନ୍ତି। ଫଳରେ ଦଳର ସନ୍ତୁଳନ ରହୁନାହିଁ। ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଭଲ ଖେଳିଥିଲେ ମଧ୍ୟ କୃନାଲ ଏଥର ଆଇପିଏଲ୍‌ରେ ବିଫଳ ହୋଇଛନ୍ତି। ୫ଟି ଇନିଂସରେ ସେ ୭.୨୫ ହାରରେ ୧୦୭. ୪୦ ଷ୍ଟ୍ରାଇକ ରେଟ୍‌ରେ ମାତ୍ର ୨୯ ରନ ସଂଗ୍ରହ କରିଛନ୍ତି। ପୁଣି ସ୍ପିନକୁ ସୁହାଉଥିବା ପିଚ୍‌ରେ ସେ ମାତ୍ର ୩ଟି ଉଇକେଟ ଅକ୍ତିଆର କରିଛନ୍ତି। ୧୬ ଓଭର ବୋଲିଂ କରି ସେ ୩୮.୬୬ ହାରରେ ୧୧୬ ରନ ବ୍ୟୟ କରିଛନ୍ତି। ପଡିଆରେ ତାଙ୍କର ଆକ୍ରମଣାତ୍ମକ ଆଚରଣକୁ ମଧ୍ୟ ନାପସନ୍ଦ କରାଯାଉଛି। ବୋଲିଂ କରିବା ବେଳେ ବ୍ୟାଟ୍ସମ୍ୟାନଙ୍କ ଦ୍ୱାରା ଖେଳାଯାଉଥିବା ଶଟ୍‌କୁ ଧରିବାର କୌଣସି ସମ୍ଭାବନା କିମ୍ବା ଅବକାଶ ନ ଥିଲେ ମଧ୍ୟ ସେ ଫିଲ୍ଡରଙ୍କ ଉପରେ ଅସନ୍ତୋଷ ଜାହିର କରି କ୍ରୋଧ ପ୍ରକାଶ କରୁଛନ୍ତି। ତାଙ୍କର ଏହି ଅବାଞ୍ଚିତ ଆଚରଣକୁ ସୋସିଆଲ ମିଡିଆରେ ପ୍ରଶଂସକମାନେ ଟ୍ରୋଲ କରୁଛନ୍ତି। ପଡିଆରେ ଏଭଳି ଆଚରଣ ଗ୍ରହଣୀୟ ନୁହେଁ ବୋଲି ପ୍ରଶଂସକମାନେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri