Posted inଖେଳ

୨୨ ମାର୍ଚ୍ଚରେ ଆରମ୍ଭ ହେବ ଆଇପିଏଲ ୨୦୨୪, ନିର୍ବାଚନ ପାଇଁ ନିଷ୍ପତ୍ତି

ନୂଆଦିଲ୍ଲୀ,୧୦।୧: କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର। ଆଇପିଏଲ୍ ମାର୍ଚ୍ଚ ମାସ ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ବର୍ଷ ଭାରତରେ ସାଧାରଣ ନିର୍ବାଚନ ସମାନ ସମୟରେ ହେବାର ଅଛି, ତେବେ ବିସିସିଆଇ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆଇପିଏଲ ଭାରତରେ ହିଁ ଖେଳାଯିବ। କୌଣସି ପରିସ୍ଥିତିରେ ଭାରତରୁ ଆଇପିଏଲ ଅନ୍ୟ କେଉଁ ଦେଶକୁ ସ୍ଥାନାନ୍ତର ହେବ ନାହିଁ।

ବିସିସିଆଇ ପକ୍ଷରୁ କୁହାଯାଇଛି ଯେ, ”ସେପରି କିଛି ନାହିଁ, ଟୁର୍ନାମେଣ୍ଟକୁ ଦେଶ ବାହାରେ ସ୍ଥାନାନ୍ତର କରିବା ଯୋଜନା ନାହିଁ, କାରଣ ସାଧାରଣ ନିର୍ବାଚନ ମଧ୍ୟ ସମାନ ସମୟରେ ହେବ। ଯଦି କୌଣସି ରାଜ୍ୟ ସେହି ସମୟରେ ମ୍ୟାଚ୍ ଆୟୋଜନ କରିବାକୁ ଚାହୁଁନାହାଁନ୍ତି, କୌଣସି ଯଥାର୍ଥ କାରଣ ସହିତ ମ୍ୟାଚ୍ ଅନ୍ୟ ସ୍ଥାନକୁ ସ୍ଥାନାନ୍ତର ହୋଇପାରେ।”

ରିପୋର୍ଟରେ ଏହା ମଧ୍ୟ କୁହାଯାଇଛି ଯେ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଏଥର ଆଇପିଏଲର କାର୍ଯ୍ୟସୂଚୀ ପ୍ରସ୍ତୁତ ହେବ। ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ମାର୍ଚ୍ଚରୁ ମେ ମଧ୍ୟରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ଏଭଳି ପରିସ୍ଥିତିରେ, ଏହି ସବୁ ଜିନିଷକୁ ଧ୍ୟାନରେ ରଖି କାର୍ଯ୍ୟସୂଚୀ ପ୍ରସ୍ତୁତ ହେବ ଯାହା ଦ୍ୱାରା ଆଇପିଏଲ୍ ମ୍ୟାଚ୍ ଏବଂ ନିର୍ବାଚନ ସମୟରେ ସୁରକ୍ଷା ବ୍ୟବସ୍ଥାରେ ସନ୍ତୁଳନ ରହିବ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତିରେ କୌଣସି ଅସୁବିଧା ହେବ ନାହିଁ। ୨୦୦୯ ରେ ସାଧାରଣ ନିର୍ବାଚନ ହେତୁ ଦକ୍ଷିଣ ଆଫ୍ରିକାରେ ଆଇପିଏଲ୍ ଆୟୋଜିତ ହୋଇଥିଲା। ୨୦୧୪ ମସିହାରେ ମଧ୍ୟ ନିର୍ବାଚନ ହେତୁ ଅର୍ଦ୍ଧ ମ୍ୟାଚ୍ ୟୁଏଇରେ କରିବାକୁ ପଡିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri