Posted inଖେଳ

ହିରୋ ସାଜିଲେ ବଟଲର୍‌-ପ୍ରସିଦ୍ଧ; ଆଇପିଏଲ୍‌ ଟେବୁଲ ଶୀର୍ଷରେ ପହଞ୍ଚିଲା ଗୁଜରାଟ

ଅହମଦାବାଦ,୧୯ା୪: ଆଇପିଏଲ୍‌ ୨୦୨୫ରେ ଶନିବାର ଖେଳାଯାଇଥିବା ମୁକାବିଲାରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)କୁ ପରାସ୍ତ କରିଛି। ଦିଲ୍ଲୀ ପକ୍ଷରୁ ଧାର୍ଯ୍ୟ ୨୦୪ ରନ୍‌ର ଟାର୍ଗେଟ୍‌କୁ ଗୁଜରାଟ ୧୯.୨ ଓଭରରେ ୩ ଉଇକେଟ ହରାଇ ହାସଲ କରିନେଇଥିଲା। ଏହି ବିଜୟ ସହ ଗୁଜରାଟ ପଏଣ୍ଟ ଟେବୁଲ ଶୀର୍ଷକୁ ଉଠିଛି ଏବଂ ଦିଲ୍ଲୀ ଦ୍ୱିତୀୟ ସ୍ଥାନକୁ ଖସିଛି। ଏହା ଗୁଜରାଟର ୫ମ ବିଜୟ ହୋଇଥିବା ବେଳେ ଦିଲ୍ଲୀ ଲାଗି ଏହା ୨ୟ ପରାଜୟ। ଏହି ବିଜୟର ହିରୋ ସାଜିଥିଲେ ପ୍ରସିଦ୍ଧ କ୍ରିଷ୍ଣା ଓ ଜୋସ୍‌ ବଟ୍‌ଲର। ବଟ୍‌ଲର ୯୭ ରନ୍‌ କରିଥିଲେ। ସେହିଭଳି ପ୍ରସିଦ୍ଧ କ୍ରିଷ୍ଣା ୪ ଉଇକେଟ ନେଇଥିଲେ।

ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୨୦୩ ରନ୍‌ କରିଥିଲା। ଜବାବରେ ଗୁଜରାଟ ଆରମ୍ଭରୁ ଶୁବ୍‌ମନ ଗିଲ୍‌(୭)ଙ୍କ ଉଇକେଟ ହରାଇଥିଲା। ଚତୁର୍ଥ କ୍ରମରେ ଆସିଥିବା ରାହୁଲ ଟଓ୍ବୋଟିଆ ୧୧ ଓ ବଟ୍‌ଲର ୯୭ ରନ୍‌ରେ ଅପରାଜିତ ରହି ଦଳକୁ ମ୍ୟାଚ୍‌ ଜିତାଇଥିଲେ। ୫୪ ବଲର ସମ୍ମୁଖୀନ ହୋଇଥିବା ବଟ୍‌ଲରଙ୍କ ଇନିଂସ୍‌ରେ ୧୧ ଚୌକା ଓ ୪ ଛକା ସାମିଲ ଥିଲା। ଦିଲ୍ଲୀ ପାଇଁ କୁଲଦୀପ ଯାଦବ ଓ ମୁକେଶ କୁମାର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri