Posted inଖେଳ

ମାତ୍ର ୪ ରନ୍‌ରେ ହାରିଗଲା କୋଲକାତା, ଜିତିଲା ଲକ୍ଷ୍ନୌ

ନୂଆଦିଲୀ,୮।୪: IPL ୨୦୨୫ର ଆଉ ଏକ ରୋମାଞ୍ଚକର ମ୍ୟାଚ୍‌ରେ ଲକ୍ଷ୍ନୌ ସୁପରଜାଏଣ୍ଟ୍ସ ଶେଷ ଓଭରରେ କୋଲକାତା ନାଇଟ ରାଇଡର୍ସକୁ ୪ ରନ୍‌ରେ ପରାସ୍ତ କରିଛି। ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଚାରିଶହ ପଚାଶରୁ ଅଧିକ ରନ ହୋଇଥିଲା। ପ୍ରଥମେ ବ୍ୟାଟିଂ କରି ଲକ୍ଷ୍ନୌ ନିକୋଲାସ ପୁରନ ଏବଂ ମିଚେଲ ମାର୍ଶଙ୍କ ବିସ୍ଫୋରକ ଇନିଂସ ବଳରେ ୨୩୮ ରନର ବିଶାଳ ସ୍କୋର କରିଥିଲା। ଜବାବରେ ମାତ୍ର ୧୪ ଓଭରରେ ୧୬୬ ରନ କରିବା ପରେ ବିଜୟ ଆଡକୁ ଅଗ୍ରସର ହେଉଥିବା କୋଲକାତା ଶେଷ ଓଭରରେ ଟ୍ରାକରୁ ଚାଲିଯାଇଥିଲା ଏବଂ ୨୦ ଓଭରରେ କେବଳ ୨୩୪ ରନ କରିପାରିଥିଲା।

ଗତ କିଛି ଦିନ ଧରି ପ୍ରଶଂସକମାନେ ଆଇପିଏଲ୍‌ ମ୍ୟାଚ୍‌ଗୁଡ଼ିକ ଏକପାଖିଆ ହେଉଥିବା ଅଭିଯୋଗ କରୁଥିଲେ। କିନ୍ତୁ ଦୁଇ ଦିନ ମଧ୍ୟରେ ଦୁଇଟି ହାଇ ସ୍କୋରିଂ ମ୍ୟାଚ ଦେଖିବାକୁ ମିଳିଛି। ସୋମବାର ୭ ଏପ୍ରିଲରେ, ୱାଙ୍ଖେଡେ ଷ୍ଟାଡିୟମରେ ବେଙ୍ଗାଲୁରୁ ଏବଂ ମୁମ୍ବାଇ ମଧ୍ୟରେ ଜବରଦସ୍ତ ମ୍ୟାଚ ଖେଳାଯାଇଥିଲା। ମଙ୍ଗଳବାର, ୮ ଏପ୍ରିଲରେ ଇଡେନ ଗାର୍ଡେନରେ ସମାନ କିଛି ଘଟିଥିଲା, ଯେଉଁଠାରେ ମ୍ୟାଚ୍‌ ଶେଷ ବଲ ପର୍ଯ୍ୟନ୍ତ ଚାଲିଥିଲା ଏବଂ କୋଲକାତା ହାତରେ ଥିବା ମ୍ୟାଚ ହାରି ଯାଇଥିଲା।

ମଙ୍ଗଳବାରର ମ୍ୟାଚ୍‌ରେ ଲକ୍ଷ୍ନୌ ପ୍ରଥମେ ବ୍ୟାଟିଂ କରିଥିଲା ଏବଂ ଲଗାତାର ଦ୍ୱିତୀୟ ମ୍ୟାଚ୍‌ରେ ଏହାର ଓପନରମାନେ ବିସ୍ଫୋରକ ଆରମ୍ଭ କରିଥିଲେ। ଏଡେନ ମାର୍କରାମ ଏବଂ ମିଚେଲ ମାର୍ଶ ମାତ୍ର ୧୦.୨ ଓଭରରେ ୯୯ ରନର ଏକ ବଡ଼ ଭାଗୀଦାରି କରିଥିଲେ। ମାର୍କରାମ (୪୭) ତାଙ୍କର ଲଗାତାର ଦ୍ୱିତୀୟ ଅର୍ଦ୍ଧଶତକ ହରାଇଥିଲେ କିନ୍ତୁ ମାର୍ଶ ସିଜିନର ଚତୁର୍ଥ ଅର୍ଦ୍ଧଶତକ ହାସଲ କରିଥିଲେ। ନିକୋଲାସ ପୁରନ ପୁଣି ଥରେ ତାଙ୍କର ବିସ୍ଫୋରକ ଶୈଳୀ ଦେଖାଇଥିଲେ। ମାତ୍ର ୨୧ ବଲ୍‌ରେ ଅର୍ଦ୍ଧଶତକ ହାସଲ କରିଥିଲେ। ମାର୍ଶ ୮୧ ରନ୍‌ କରିଥିଲେ। କିନ୍ତୁ ପୂରନ ଶେଷ ପର୍ଯ୍ୟନ୍ତ ରହି ମାତ୍ର ୩୬ ବଲ୍‌ରେ ୮୭ ରନ କରିଥିଲେ। ଲକ୍ଷ୍ନୌ ୩ ଉଇକେଟ ହରାଇ ୨୩୮ ରନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri