Posted inଖେଳ

ଆଇପିଏଲ: ଓ୍ବାଙ୍ଖଡେରେ ମ୍ୟାଚ୍‌ ଦେଖିବା ପାଇଁ ନେଗେଟିଭ୍‌ ରିପୋର୍ଟ ଆବଶ୍ୟକ

ମୁମ୍ବାଇ,୧୧।୪(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୪ତମ ସଂସ୍କରଣରେ ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଏଥର ୧୦ଟି ମ୍ୟାଚ୍‌ ଆୟୋଜନ ହେବ। ଏହି ମ୍ୟାଚ୍‌ଗୁଡିକ ଦେଖିବାକୁ ଏବେ ସୁଯୋଗ ସୃଷ୍ଟି ହୋଇଛି। କୋଭିଡ୍‌-୧୯ ନେଭେଟିଭ ରିପୋର୍ଟ ଦେଖାଇପାରିଲେ ଦର୍ଶକ ଓ୍ବାଙ୍ଖଡେରେ ଏହି ମ୍ୟାଚ୍‌ଗୁଡିକ ଦେଖିପାରିବେ ବୋଲି ମୁମ୍ବାଇ କ୍ରିକେଟ ଆସୋସିଏଶନ (ଏମ୍‌ସିଏ) ତରଫରୁ କୁହାଯାଇଛି। ଏନେଇ ଏମ୍‌ସିଏ ନିଜ ଆପେକ୍ସ କାଉନସିଲ ସଦସ୍ୟମାନଙ୍କୁ କହିଛି।
ଶନିବାର ଓ୍ବାଙ୍ଖଡେରେ ମହେନ୍ଦ୍ର ସିଂ ଧୋନୀ ଓ ରିଷଭ ପନ୍ତଙ୍କ ଦିଲ୍ଲୀ କ୍ୟାପିଟାଲ୍ସ ପରସ୍ପରକୁ ଭେଟିଛନ୍ତି। ନେଗେଟିଭ ରିପୋର୍ଟ ଦେଖାଇପାରିଲେ ସଦସ୍ୟମାନେ ଷ୍ଟାଡିୟମ ଭିତରକୁ ପ୍ରବେଶ କରିପାରିବେ। ମ୍ୟାଚ ଦିବସର ୪୮ ଘଣ୍ଟା ମଧ୍ୟରେ ହୋଇଥିବା ଆରଟି- ପିସିଆର ଟେଷ୍ଟର ନେଗେଟିଭ ରିପୋର୍ଟ ଦେଖାଇବା ଜରୁରୀ ବୋଲି ଏମ୍‌ସିଏ ସମ୍ପାଦକ ସଞ୍ଜୟ ନାଏକ କହିଛନ୍ତି। ଟିକା ନେଇଥିବା ବ୍ୟକ୍ତିମାନେ ମଧ୍ୟ ପରୀକ୍ଷା କରାଇବା ବାଧ୍ୟତାମୂଳକ ବୋଲି କୁହାଯାଇଛି। ଷ୍ଟାଡିୟମରେ ପ୍ରବେଶ କରିବାବେଳେ ରିପୋର୍ଟ ଦେଖାଇବାକୁ ହେବ। ପୂର୍ବରୁ ଓ୍ବାଙ୍ଖଡେର ୧୦ଜଣ ଗ୍ରାଉଣ୍ଡ୍ସମ୍ୟାନ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଥିଲେ। ଏମାନଙ୍କ ମଧ୍ୟରୁ ଅଧିକାଂଶ ପରେ ନେଗେଟିଭ ବୋଲି ପରୀକ୍ଷାରୁ ଜଣାପଡିଥିଲା। ଏହାପରେ ଆଉ ଦୁଇଜଣ ଗ୍ରାଉଣ୍ଡ୍ସମ୍ୟାନ ଓ ପ୍ଲମ୍ବର ପଜିଟଭ୍‌ ବୋଲି ଜଣାପଡିଥିଲା। ମୁମ୍ବାଇ ଓ ମହାରାଷ୍ଟ୍ରରେ କରୋନା ସ୍ଥିତି ଉଦ୍‌ବେଗଜନକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri