Posted inଖେଳ

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ସନ୍‌ରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯିବ। ସନ୍ଧ୍ୟା ସାଢେ ୭ଟାରେ ଏମ୍‌ ଚିନ୍ନାସ୍ବାାମୀ ଷ୍ଟାଡିୟମରେ ମ୍ୟାଚ୍‌ ଖେଳିବା ନେଇ କାର୍ଯ୍ୟସୂଚି ରହିଛି।

ସୂଚନା ଯୋଗ୍ୟ, ପ୍ରଥମ ସିଜିନରୁ IPLର ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଆସୁଛି। ହେଲେ ୨୦୧୯ରେ ଏହାକୁ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ପରବର୍ତ୍ତୀ ସମୟରେ ପୁଣି ଉଦ୍‌ଘାଟନୀ ଉତ୍ସବ ଆରମ୍ଭ ହୋଇଥିଲା। ବର୍ତ୍ତମାନ ୧୯ତମ ସଂସ୍କରଣରେ ପୁଣି ଉଦ୍‌ଘାଟନୀ ଉତ୍ସବକୁ ବାତିଲ କରାଯାଇଛି। ହେଲେ ଚଳିତ ସିଜନରେ ଏହାର କାରଣ ଭିନ୍ନ ରହିଛି।

୨୦୧୯ରେ IPL ଉଦ୍‌ଘାଟନୀ ଉତ୍ସବ ବାତିଲ ହେବା ପଛର ଭିନ୍ନ କାରଣ ରହିଥିଲା ସେହି ବର୍ଷ, ପୁଲୱାମାରେ ଏକ ଆତଙ୍କବାଦୀ ଆକ୍ରମଣ ହୋଇଥିଲା, ଏଥିରେ ୪୦ଜଣ ଯବାନ ଶହୀଦ ହୋଇଥିଲେ। ଏହି କାରଣରୁ, BCCI ଉଦ୍‌ଘାଟନୀ ଉତ୍ସବକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଥିଲା। ଗତ ବର୍ଷ, ପ୍ରଥମ ମ୍ୟାଚ୍‌ କୋଲକାତାରେ ଅନୁଷ୍ଠିତ ହୋଇଥିଲା, ଏହା ପୂର୍ବରୁ ଏକ ଭବ୍ୟ ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା।

ଏଥିରେ ଶାହରୁଖ ଖାନ, ଶ୍ରେୟା ଘୋଷାଲ, ଦିଶା ପଟାନି ପ୍ରମୁଖ ଯୋଗଦେଇ ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଯାହାକି ଦର୍ଶକଙ୍କୁ ବେଶ୍‌ ଆକୃଷ୍ଟ କରିପାରିଥିଲା।

ଗଣମାଧ୍ୟମ ରିପୋର୍ଟ ମୁତାବକ, BCCI ସଚିବ ଦେବଜିତ ସାଇକିଆ କହିଛନ୍ତି, ଏହି ବର୍ଷ କୌଣସି ଉଦଘାଟନୀ ଉତ୍ସବ ହେବ ନାହିଁ। ହେଲେ IPL ଗଭର୍ଣ୍ଣିଂ କାଉନସିଲ ସମାପନ ଉତ୍ସବ ପାଇଁ ଯୋଜନା କରୁଥିବା ସୂଚନା ମିଳିଛି।

ଆଇଏଲ୍‌ ସିଜିନ ୧୯ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ ମଧ୍ୟରେ ଖେଳାଯିବ। ଏହି ଷ୍ଟାଡିୟମରେ IPL ମ୍ୟାଚ୍‌ ଅନୁଷ୍ଠିତ ହେବ କି ନାହିଁ ତାହା କିଛି ଦିନ ପୂର୍ବରୁ ସ୍ପଷ୍ଟ ହୋଇ ନ ଥିଲା, କାରଣ ସେଠାରେ ମ୍ୟାଚ୍‌ ହେବା ନେଇ ପ୍ରତିବନ୍ଧକ ଲଗାଯାଇଥିଲା।

ଗତ ବର୍ଷ, IPL ଶେଷ ହେବା ପରେ, ସେଠାରେ ଏକ ଦୁଃଖଦ ଘଟଣା ଘଟିଥିଲା, ଦର୍ଶକଙ୍କ ଦଳାଚକଟାରେ ୧୧ଜଣଙ୍କ ମୃତ୍ୟୁ ହୋଇଥିଲା। ଏହାକୁ ନେଇ IPL 2026 ଉଦ୍‌ଘାଟନୀ ଉତ୍ସବ ବାତିଲ କରାଯାଇଥିବା ଜଣାପଡିଛି। ମୃତକଙ୍କ ପ୍ରତି ସମ୍ମାନ ଏବଂ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏହା କରାଯାଇଥିବା ସୂଚନା ମିଳିଛି।

BCCI IPL 2026 ପାଇଁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ପ୍ରକାଶ କରିଛି। ୨୮ ମାର୍ଚ୍ଚରୁ ଆରମ୍ଭ ହେଉଥିବା ଲିଗ ପର୍ଯ୍ୟାୟ ୨୪ ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ, ଯେଉଁଥିରେ ମୋଟ ୭୦ଟି ମ୍ୟାଚ ୧୨ଟି ସ୍ଥାନରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri