Posted inଖେଳ

ଭାଇରାଲ ହେଉଛି ମହମ୍ମଦ ଆଝାରୁଦ୍ଦିନଙ୍କ ବକେଟ୍‌ ଲିଷ୍ଟ

ମୁମ୍ବାଇ,୧୫।୧: ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟରେ ୩୭ ବଲରେ ବିସ୍ଫୋରକ ଶତକ ହାସଲ କରିଥିବା କେରଳ ଓପନର ମହମ୍ମଦ ଆଝାରୁଦ୍ଦିନ ବେଶ୍‌ କିଛି ଦିନ ହେଲା ଚର୍ଚ୍ଚାରେ କେନ୍ଦ୍ର ବିନ୍ଦୁ ପାଲଟିଛନ୍ତି। ଏହି ୨୬ ବର୍ଷୀୟ ବ୍ୟାଟ୍ସମ୍ୟାନ ନିଜ କ୍ରିକେଟ କ୍ୟାରିୟରରେ କିଛି ଲକ୍ଷ୍ୟ ତାଲିକା (ବକେଟ୍‌ ଲିଷ୍ଟ) ରଖିଛନ୍ତି, ଯାହାକି ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ପୂର୍ବତନ ଭାରତୀୟ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନଙ୍କ ନାମ ଓ ନିଜ ବିସ୍ଫୋରକ ବ୍ୟାଟିଂ ଯୋଗୁ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା କେରଳର ଏହି ବ୍ୟାଟ୍ସମ୍ୟାନ ପ୍ରଥମେ ବିଶ୍ୱର ବ୍ୟୟବହୁଳ ଆଇପିଏଲରେ ଖେଳିବାକୁ ଟାର୍ଗେଟ ରଖିଛନ୍ତି। ତାଙ୍କର ଦ୍ୱିତୀୟ ଇଚ୍ଛା ହେଉଛି ଗୋଟିଏ ରଣଜୀ ସିଜନରେ ୪ଟି ଶତକ ହାସଲ କରିବା। ଏହାପରେ ପରିବାର ପାଇଁ ଘର ଏବଂ ନିଜ ପାଇଁ ଫେଭରାଇଟ୍‌ କାର ମର୍ସିଡିଜ ବେଞ୍ଜ କିଣିବାକୁ ଲକ୍ଷ୍ୟ ରଖିଛନ୍ତି। ଦେଶରେ ହେବାକୁ ଖେଳାଯିବାକୁ ଥିବା ୨୦୨୩ ବିଶ୍ୱକପ୍‌ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବାକୁ ଇଚ୍ଛା ରଖିଛନ୍ତି ଆଝାରୁଦ୍ଦିନ।

ଉଲ୍ଲେଖଥାଉ କି, ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟର ଏକ ମ୍ୟାଚ୍‌ରେ ମୁମ୍ବାଇ ପକ୍ଷରୁ ଧାର୍ଯ୍ୟ ୧୯୭ ରନ୍‌ର ଟାର୍ଗେଟକୁ କେରଳ ମାତ୍ର ୧୬ ଓଭରରେ ହିଁ ହାସଲ କରି ନେଇଥିଲା। ବିଜୟୀ ଦଳ ଲାଗି ୫୪ ବଲରେ ୧୩୭ ରନ୍‌ର ଅପରାଜିତ ବିସ୍ଫୋରକ ଇନିଂସ ଖେଳିଥିଲେ ଆଝାରୁଦ୍ଦିନ। ତାଙ୍କ ଇନିଂସରେ ସାମିଲ ଥିଲା ୧୦ ଛକା ଓ ୯ ଚୌକା। ସେ ୩୭ତମ ବଲରେ ଶତକ ପୂରଣ କରିଥିଲେ, ଯାହାକି ଟୁର୍ନାମେଣ୍ଟର ଦ୍ୱିତୀୟ ଦ୍ରୁତତମ ଶତକ।


Enter your email to get our daily news in your inbox.

All Right Reserved By Dharitri.Com

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri