Posted inଖେଳ

ଭାଇରାଲ ହେଉଛି ମହମ୍ମଦ ଆଝାରୁଦ୍ଦିନଙ୍କ ବକେଟ୍‌ ଲିଷ୍ଟ

ମୁମ୍ବାଇ,୧୫।୧: ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟରେ ୩୭ ବଲରେ ବିସ୍ଫୋରକ ଶତକ ହାସଲ କରିଥିବା କେରଳ ଓପନର ମହମ୍ମଦ ଆଝାରୁଦ୍ଦିନ ବେଶ୍‌ କିଛି ଦିନ ହେଲା ଚର୍ଚ୍ଚାରେ କେନ୍ଦ୍ର ବିନ୍ଦୁ ପାଲଟିଛନ୍ତି। ଏହି ୨୬ ବର୍ଷୀୟ ବ୍ୟାଟ୍ସମ୍ୟାନ ନିଜ କ୍ରିକେଟ କ୍ୟାରିୟରରେ କିଛି ଲକ୍ଷ୍ୟ ତାଲିକା (ବକେଟ୍‌ ଲିଷ୍ଟ) ରଖିଛନ୍ତି, ଯାହାକି ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ପୂର୍ବତନ ଭାରତୀୟ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନଙ୍କ ନାମ ଓ ନିଜ ବିସ୍ଫୋରକ ବ୍ୟାଟିଂ ଯୋଗୁ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା କେରଳର ଏହି ବ୍ୟାଟ୍ସମ୍ୟାନ ପ୍ରଥମେ ବିଶ୍ୱର ବ୍ୟୟବହୁଳ ଆଇପିଏଲରେ ଖେଳିବାକୁ ଟାର୍ଗେଟ ରଖିଛନ୍ତି। ତାଙ୍କର ଦ୍ୱିତୀୟ ଇଚ୍ଛା ହେଉଛି ଗୋଟିଏ ରଣଜୀ ସିଜନରେ ୪ଟି ଶତକ ହାସଲ କରିବା। ଏହାପରେ ପରିବାର ପାଇଁ ଘର ଏବଂ ନିଜ ପାଇଁ ଫେଭରାଇଟ୍‌ କାର ମର୍ସିଡିଜ ବେଞ୍ଜ କିଣିବାକୁ ଲକ୍ଷ୍ୟ ରଖିଛନ୍ତି। ଦେଶରେ ହେବାକୁ ଖେଳାଯିବାକୁ ଥିବା ୨୦୨୩ ବିଶ୍ୱକପ୍‌ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବାକୁ ଇଚ୍ଛା ରଖିଛନ୍ତି ଆଝାରୁଦ୍ଦିନ।

ଉଲ୍ଲେଖଥାଉ କି, ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟର ଏକ ମ୍ୟାଚ୍‌ରେ ମୁମ୍ବାଇ ପକ୍ଷରୁ ଧାର୍ଯ୍ୟ ୧୯୭ ରନ୍‌ର ଟାର୍ଗେଟକୁ କେରଳ ମାତ୍ର ୧୬ ଓଭରରେ ହିଁ ହାସଲ କରି ନେଇଥିଲା। ବିଜୟୀ ଦଳ ଲାଗି ୫୪ ବଲରେ ୧୩୭ ରନ୍‌ର ଅପରାଜିତ ବିସ୍ଫୋରକ ଇନିଂସ ଖେଳିଥିଲେ ଆଝାରୁଦ୍ଦିନ। ତାଙ୍କ ଇନିଂସରେ ସାମିଲ ଥିଲା ୧୦ ଛକା ଓ ୯ ଚୌକା। ସେ ୩୭ତମ ବଲରେ ଶତକ ପୂରଣ କରିଥିଲେ, ଯାହାକି ଟୁର୍ନାମେଣ୍ଟର ଦ୍ୱିତୀୟ ଦ୍ରୁତତମ ଶତକ।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri